ବାଲୁଗାଁ ଅବକାରୀ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନୟାଗଡ଼,୭।୯ (ଲୋକନାଥ ମିଶ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲା ବାଲୁଗାଁ ଅବକାରୀ ଏଏସ୍‌ଆଇଙ୍କ ନୟାଗଡ଼ ପୁରୁଣା ସହର ଶଗଡିଆ ସାହିସ୍ଥ ବାସଭବନ, ବାଲୁଗାଁ ଭଡ଼ା ଘର ସମେତ କାର୍ଯ୍ୟାଳୟରେ ଗୁରୁବାର ଚଢ଼ାଉ ଜାରି ରହିଛି। ୪ ଡିଏସ୍‌ପି ଓ ୬ ଇନ୍‌ସ୍ପେକ୍ଟର ଏହି ଚଢ଼ଉରେ ସାମିଲ ଅଛନ୍ତି। ପୂର୍ବରୁ ସୁଦୀପ୍ତ ନୟାଗଡ଼ ଅବକାରୀ ବିଭାଗର କନେଷ୍ଟବଳ ଭାବେ କାର୍ଯ୍ୟ କରୁଥିଲେ । ଅଧିକ ପରିମାଣର ମଦ ଜବତ କରି ସ୍ବଳ୍ପ ପରିମାଣ ଦେଖାଇବା ଅଭିଯୋଗରେ ସେ ନୟାଗଡରେ ସସପେଣ୍ଡ ହୋଇଥିଲେ। ତେବେ ବର୍ତ୍ତମାନ ଯାଏ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ଚଢାଉ ଶେଷ ପରେ ରେଡ୍‌ ନେଇ ସବିଶେଷ ତଥ୍ୟ ଭିଜିଲାନ୍ସ ପକ୍ଷରୁ ଦିଆଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ-ଲେବାନନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଉପରେ ସହମତି; ହେଜବୋଲକୁ ନେଇ ଚେତାବନୀ ଦେଲେ ନେତାନ୍ୟାହୁ

ଜେରୁଜେଲମ,୨୭।୬: ଇସ୍ରାଏଲ ଏବଂ ହେଜବୋଲା ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ବନ୍ଦ କରିବା ପାଇଁ ଦିନ ଦିନ ଧରି ଆଲୋଚନା ପରେ, ଇସ୍ରାଏଲ ଏବଂ ଲେବାନନ ଶୁକ୍ରବାର ୱାଶିଂଟନରେ…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା…

ପୁଣି ମୁହାଁମୁହିଁ ହେଲେ ଆମେରିକା-ଇରାନ: ବଡ଼ ଆକ୍ରମଣ କଲା ଓ୍ବାଶିଂଟନ୍‌

ତେହରାନ,୨୭।୬:ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଆମେରିକା ଇରାନୀ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଥିଲା। ହର୍ମୁଜ…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri