Posted inରାଜ୍ୟ

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ-୨ ଯନ୍ତ୍ରୀ

ଭୁବନେଶ୍ୱର,୨୦ା୧୦ (ବ୍ୟୁରୋ):ଭିଜିଲାନ୍ସ ଜାଲରେ ଫିସିଛନ୍ତି ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ-୨ ଯନ୍ତ୍ରୀ ରବିନ୍ଦ୍ରନାଥ ପ୍ରଧାନ। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୬ଟି ସ୍ଥାନରେ ଏହି ଚଢାଉ କରାଯାଇଛି। ତାଙ୍କର ନୟାପଲୀରେ ଥିବା ଦୁଇ ମହଲା କୋଠା,ବାଲିଅନ୍ତାରେ କାଞ୍ଚିଲୋରେ ଥିବା ଏକ ଆପାର୍ଟମେଣ୍ଟର ପ୍ଲଟ ନଂ-୫୧,ନହରକଣ୍ଟାରେ ଥିବା ଏକ ମହଲା ଘର,ତାଙ୍କର ସରକାରୀ କାର୍ଯ୍ୟାଳୟ,ଖୁରୁଣ୍ଟିରେ ଥିବା ସମ୍ପକୀୟଙ୍କ ଘର ଏବଂ ବ୍ରହ୍ମପୁର ଥାନା ଅନ୍ତର୍ଗତ ଅଯୋଧ୍ୟା ନଗରରେ ଥିବା ପୈତୃକ ଘର ଆଦି ସ୍ଥାନରେ ଏକାକାଳୀନ ଚଢାଉ କରାଯାଇଛି। ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ନିର୍ଦ୍ଦେଶକ୍ରମେ ଏହି ଚଢାଉ କରାଯାଇଥିବା ଜଣାପଡିଛି।
ସୂଚନାଯୋଗ୍ୟ,ଗତକାଲି ଭିଜିଲାନ୍ସ ଗୁରାଣ୍ଡୀ କଲେଜର ଏଜୁକେସନ ଅଧ୍ୟାପକ ଜି. ନାଗେଶ୍ୱର ରାଓଙ୍କ ଘରେ ରେଡ଼୍‌ କରିଥିଲା। ବ୍ରହ୍ମପୁର ଓ ପାରଳାଖେମୁଣ୍ଡି ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ୬ଟି ସ୍ଥାନରେ ଏହି ଚଢାଉ କରାଯାଇଥିଲା। ଏହି ଚଢାଉ ସମୟରେ ଲକ୍ଷାଧିକ ଟଙ୍କାର ବେନାମି ସମ୍ପତ୍ତି ଠାବ କରାଯାଇଛି। କେତେ ସମ୍ପତ୍ତି ଠାବ କରାଯାଇଛି ସେନେଇ ଆକଳନ ଚାଲିଥିବାରୁ ଭିଜିଲାନ୍ସ ପକ୍ଷରୁ କିଛି କୁହାଯାଇନାହିଁ। ଅନ୍ୟପଟରେ ଭିଜିଲାନ୍ସ ରବିନ୍ଦ୍ରନାଥଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏପରିକି ବୁଧବାର ତାଙ୍କୁ ଗିରଫ ମଧ୍ୟ କରିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri