Posted inରାଜ୍ୟ

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ-୨ ଯନ୍ତ୍ରୀ

ଭୁବନେଶ୍ୱର,୨୦ା୧୦ (ବ୍ୟୁରୋ):ଭିଜିଲାନ୍ସ ଜାଲରେ ଫିସିଛନ୍ତି ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ-୨ ଯନ୍ତ୍ରୀ ରବିନ୍ଦ୍ରନାଥ ପ୍ରଧାନ। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୬ଟି ସ୍ଥାନରେ ଏହି ଚଢାଉ କରାଯାଇଛି। ତାଙ୍କର ନୟାପଲୀରେ ଥିବା ଦୁଇ ମହଲା କୋଠା,ବାଲିଅନ୍ତାରେ କାଞ୍ଚିଲୋରେ ଥିବା ଏକ ଆପାର୍ଟମେଣ୍ଟର ପ୍ଲଟ ନଂ-୫୧,ନହରକଣ୍ଟାରେ ଥିବା ଏକ ମହଲା ଘର,ତାଙ୍କର ସରକାରୀ କାର୍ଯ୍ୟାଳୟ,ଖୁରୁଣ୍ଟିରେ ଥିବା ସମ୍ପକୀୟଙ୍କ ଘର ଏବଂ ବ୍ରହ୍ମପୁର ଥାନା ଅନ୍ତର୍ଗତ ଅଯୋଧ୍ୟା ନଗରରେ ଥିବା ପୈତୃକ ଘର ଆଦି ସ୍ଥାନରେ ଏକାକାଳୀନ ଚଢାଉ କରାଯାଇଛି। ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ନିର୍ଦ୍ଦେଶକ୍ରମେ ଏହି ଚଢାଉ କରାଯାଇଥିବା ଜଣାପଡିଛି।
ସୂଚନାଯୋଗ୍ୟ,ଗତକାଲି ଭିଜିଲାନ୍ସ ଗୁରାଣ୍ଡୀ କଲେଜର ଏଜୁକେସନ ଅଧ୍ୟାପକ ଜି. ନାଗେଶ୍ୱର ରାଓଙ୍କ ଘରେ ରେଡ଼୍‌ କରିଥିଲା। ବ୍ରହ୍ମପୁର ଓ ପାରଳାଖେମୁଣ୍ଡି ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ୬ଟି ସ୍ଥାନରେ ଏହି ଚଢାଉ କରାଯାଇଥିଲା। ଏହି ଚଢାଉ ସମୟରେ ଲକ୍ଷାଧିକ ଟଙ୍କାର ବେନାମି ସମ୍ପତ୍ତି ଠାବ କରାଯାଇଛି। କେତେ ସମ୍ପତ୍ତି ଠାବ କରାଯାଇଛି ସେନେଇ ଆକଳନ ଚାଲିଥିବାରୁ ଭିଜିଲାନ୍ସ ପକ୍ଷରୁ କିଛି କୁହାଯାଇନାହିଁ। ଅନ୍ୟପଟରେ ଭିଜିଲାନ୍ସ ରବିନ୍ଦ୍ରନାଥଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏପରିକି ବୁଧବାର ତାଙ୍କୁ ଗିରଫ ମଧ୍ୟ କରିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri