ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୫ଟି ସ୍ଥାନରେ ଚଢାଉ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି ରଖିବା ଅଭିଯୋଗରେ ଭିଜିଲାନ୍ସ  ରେଡ କରିଥିବା ନେଇ ସୂଚନା ରହିଛି ।

ଖବର ଅନୁସାରେ, ବାରଙ୍ଗ ତହସିଲ କାର୍ଯ୍ୟାଳୟ ସମେତ ଖୋର୍ଦ୍ଧା ଏବଂ କଟକର ୫ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ବିଭାଗ । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱର ବଡ଼ଗଡ଼ର ଗୋପାଳୁଣୀ ନଗରରେ ୩ ମହଲା କୋଠା, ବଡ଼ଗଡ଼ ବ୍ରିଟ୍ କଲୋନୀରେ ୩ ମହଲା ଓ ଖୋର୍ଦ୍ଧାର ସାନପଲ୍ଲାରେ ୨ ମହଲା କୋଠା ଠାବ ହୋଇଛି । ଏହି ଚଢା଼ଉରେ ୪ DSP, ୭ ଇନ୍ସପେକ୍ଟର, ଜଣେ SI ଓ ୮ ASI ଚଢାଉରେ ସାମିଲ୍ ରହିଛନ୍ତି ।

ଅତିରିକ୍ତ ତହସିଲଦାରଙ୍କ ଘରୁ ପୁଳା ପୁଳା ସଂପତ୍ତି ମିଳିଛି । ଗୁରୁତ୍ବପୂର୍ଣ୍ଣ କାଗଜପତ୍ର, ବ୍ୟାଙ୍କ ଜମା ଓ ଏକାଧିକ ଜମି କିଣିଥିବା ଦସ୍ତାବିଜ୍ ଭିଜିଲାନ୍ସର ହସ୍ତଗତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri