ମାଲକାନଗିରି,୨୬।୧୨(ଦୁର୍ଯ୍ୟୋଧନ ପାତ୍ର): ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ଆସିଥିବା ବେଳେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ । ଜୟନଗର ସ୍ଥିତ ବାସଭବନ ସମେତ ଚାରୋଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ।
ଶୁକ୍ରବାର ମାଲକାନଗିରି ବ୍ଲକ୍ର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି । ପୂର୍ବରୁ ଏହି ଜେଇଙ୍କ ନାମରେ ଦୁର୍ନୀତି ଅଭିଯୋଗ ଆସିଥିଲା। ମାନ୍ୟବର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ୪ ଜଣ ଡିଏସ୍ପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଉଛି।
ଚଢ଼ାଉ ହୋଇଥିବା ସ୍ଥାନଗୁଡ଼ିକ ହେଉଛି ଜୟନଗର, ମାଲକାନଗିରିରେ ତିନି ମହଲା ବିଶିଷ୍ଟ ବାସଭବନ। MPV-୧୦, କାଲିମେଳା, ରାଇଘର, ନବରଙ୍ଗପୁରର ଜଣେ ସମ୍ପର୍କୀୟଙ୍କ ଘରରେ ରେଡ୍ କରିଛି ଭିଜିଲାନ୍ସ। ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଜାରି ରହିଛି। ରେଡ୍ ଶେଷ ହେବା ପରେ ସମ୍ପତ୍ତିର ତାଲିକା ସାମ୍ନାକୁ ଆସିପାରିବ ।


