କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ/ପାତ୍ରପୁର,୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜୟନ୍ତୀପୁର ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତିଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ପିଇଟି ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ବାସଭବନ ସମେତ ୧୩ଟି ସ୍ଥାନରେ ଚଢ଼ାଉ କରିଛି। ଜନାର୍ଦ୍ଦନ ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜୟନ୍ତୀପୁର ଦିବ୍ୟସିଂହ ବିଦ୍ୟାପୀଠ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଛନ୍ତି। ଭିଜିଲାନ୍ସ ଟିମ୍‌ ତାଙ୍କର ବ୍ରହ୍ମପୁର ଅନନ୍ତନଗର ପ୍ରଥମ ଲାଇନ୍‌ ବାସଭବନ, ଜୟନ୍ତୀପୁର ପୈତୃକ ବାସଭବନହ୍‌, ଗୋଳନ୍ଥରା ଥାନା ଅନ୍ତର୍ଗତ ଇନ୍ଦ୍ରାକ୍ଷୀ ଶଶୁର ଘର ସମେତ ୧୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରଖିଛି ବୋଲି ଏସ୍‌ପି ଗଣେଶ ପ୍ରଧାନ ସୂଚନା ଦେଇଛନ୍ତି। ଶିକ୍ଷକଙ୍କ ଅନେକ ସ୍ଥାବର ଅସ୍ଥାବର ରହିଥିବା ପ୍ରାଥମିକ ଆକଳନରୁ ଅନୁମାନ କରାଯାଉଛି। ଚଢ଼ାଉ ଶେଷରେ ତାଙ୍କର ପ୍ରକୃତ ସମ୍ପତ୍ତି ଆକଳନ କରାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri