କୋଟିପତି ପିଏସ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଘଟଣା: ମାମଲାରେ ଛନ୍ଦି ହେଲେ ବିରଞ୍ଚିଙ୍କ ସ୍ତ୍ରୀ, ସଡ଼ୁ

ଭୁବନେଶ୍ୱର,୨।୮(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍‌ ସେକ୍ରେଟାରି (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଶନିବାର ଭିଜିଲାନ୍ସ ଗିରଫ କରିଥିଲା। ସେ ଏବେ ଝାରପଡ଼ା ଜେଲ୍‌ରେ ଥିବାବେଳେ ଏହି ମାମଲାରେ ତାଙ୍କ ସ୍ତ୍ରୀ, ସଡ଼ୁ ଓ ସମ୍ପର୍କୀୟ ଛନ୍ଦି ହୋଇଯାଇଛନ୍ତି। ବିଭିନ୍ନ ଦଫାରେ ଭିଜିଲାନ୍ସ ରୁଜୁ କରିଥିବା କେସ୍‌ ନଂ.୧୬/୨୧ରେ ବିରଞ୍ଚି ମୁଖ୍ୟ ଅଭିଯୁକ୍ତ ଥିବାବେଳେ ଆୟବହିର୍ଭୂତ ସମ୍ପତ୍ତି ଠୁଳରେ ସ୍ତ୍ରୀ ଓ ଅନ୍ୟମାନେ ସହଯୋଗୀ ଥିବା ଦର୍ଶାଇ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିଛି। ତେବେ ବିରଞ୍ଚିଙ୍କୁ ରିମାଣ୍ଡରେ ଆଣି କଳାଟଙ୍କା କାରବାର ଓ ଚାକିରି ର଼୍ୟାକେଟର ଗୁମର ଖୋଲିବାକୁ ଭିଜିଲାନ୍ସ ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ମିଳିଛି।
ଶୁକ୍ରବାର ବିରଞ୍ଚିଙ୍କ ଭୁବନେଶ୍ୱର ନୀଳାଦ୍ରିବିହାରସ୍ଥିତ ବାସଭବନ, କଟକସ୍ଥିତ ଶ୍ୱଶୁର ଘର ସମେତ ଦ୍ୱୈତନଗରୀର ୬ସ୍ଥାନରେ ଭିଜିଲାନ୍ସର ୩ ଟିମ୍‌ ଚଢାଉ କରିଥିଲା। ଯାଞ୍ଚ ସମୟରେ ନୀଳାଦ୍ରିବିହାର ୨ମହଲା ଘରୁ ଦେଢ କେଜି ସୁନା ଅଳଙ୍କାର, ନଗଦ ୧୨ଲକ୍ଷ ଟଙ୍କା, ୫୬ଲକ୍ଷ ଟଙ୍କାର ବୀମା, ବ୍ୟାଙ୍କ ଜମା, ବିଦେଶୀ ଟଙ୍କା, ଛାତ୍ରୀଛାତ୍ରଙ୍କ ଆଡ୍‌ମିଟ୍‌ କାର୍ଡ଼, କାର, ବାଇକ ଓ ଅନ୍ୟାନ୍ୟ ସାମଗ୍ରୀ ମିଳିଥିଲା। ଏଥିସହିତ ବିରଞ୍ଚି ଓ ପରିବାର ସଦସ୍ୟଙ୍କ ନାଁରେ ବିଭିନ୍ନ ସ୍ଥାନରେ ଥିବା ୧୪ଟି ପ୍ଲଟ୍‌, ଦୁଇଟି ଦୁଇ ମହଲା କୋଠା ସମେତ ମୋଟ ୪ ଘର ଥିବା ଜଣାପଡିଥିଲା। ସେହିଭଳି ତାଙ୍କ ସମ୍ପର୍କୀୟଙ୍କ ଘରୁ ମଧ୍ୟ ୧୩ଲକ୍ଷ ନଗଦ ଟଙ୍କା ଓ ବିଭିନ୍ନ କାଗଜପତ୍ର ଜବତ କରାଯାଇଥିଲା। ଯାଞ୍ଚ ପରେ ବିରଞ୍ଚି ମୋଟ ୩କୋଟି ୫୧ଲକ୍ଷ ୫୧ହଜାର ୯୨୧ ଟଙ୍କାର ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ସୂଚନା ଦେଇଥିଲା। ତେବେ ଜବତ ସମ୍ପତ୍ତି ମଧ୍ୟରେ ଅଧିକାଂଶ ବିରଞ୍ଚିଙ୍କ ସ୍ତ୍ରୀଙ୍କ ନାମରେ ରହିଛି। ଜବତ ଏକାଧିକ ରସିଦରୁ ବିରଞ୍ଚିଙ୍କ ଟଙ୍କା କାରବାର ସ୍ପଷ୍ଟ ହୋଇଛି। ଏସବୁଥିରେ ସାହାଯ୍ୟ କରିଥିବା ବ୍ୟକ୍ତିଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି। ଏଥିସହ ବିରଞ୍ଚିଙ୍କ କୋଳଥିଆ ନିକଟରେ ଥିବା ଘରେ ଟଙ୍କା ଡିଲ ନେଇ ଯାଞ୍ଚ କରାଯିବ। ଆବଶ୍ୟକ ପଡିଲେ ତାଙ୍କୁ ରିମାଣ୍ଡରେ ଆଣି ଅଧିକ ତଦନ୍ତ କରାଯିବ ବୋଲି ଭିଜିଲାନ୍ସ ଏସ୍‌ପି ଆର. ପ୍ରକାଶ କହିଛନ୍ତି। ଘଟଣାରେ ଆଉ କିଏ ସମ୍ପୃକ୍ତ ଅଛନ୍ତି ସେ ନେଇ ଭିଜିଲାନ୍ସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?