ପ୍ରକଳ୍ପ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢାଉ

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ଆଜି ସକାଳୁ ବଣାଇଁ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ବିଶ୍ୱଦର୍ଶୀ ସାହୁ(ଓଡବ୍ଲୁଏସ୍‌)ଙ୍କ ବଣାଇଁସ୍ଥିତ ସରକାରୀ ବାସଭବନ ସମେତ ଭୁବନେଶ୍ୱର, ବାଲେଶ୍ୱର, ଯାଜପୁର, ଅଞ୍ଚଳର ୭ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ ଚାଲିଛି l ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ତଦନ୍ତ ଚାଲିଥିବା ପ୍ରାଥମିକ ସୂତ୍ରରୁ ଜଣାପଡିଛି। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ, ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଜଣେ ଅତିରିକ୍ତ ଏସ.ପି, ୩ ଜଣ ଡିଏସଏସ୍‌ପିଙ୍କ ନେତୃତ୍ୱରେ ଏକକାଳୀନ ସମସ୍ତ ସ୍ଥାନରେ ଘର ତଲାସ କରାଯାଉଛି।
ସ୍ବତନ୍ତ୍ର ବିଚାରପତି, ଭିଜିଲାନ୍ସ, ସୁନ୍ଦରଗଡ଼ଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭୁବନେଶ୍ୱର, ବାଲେଶ୍ୱର, ଯାଜପୁର ଏବଂ ବଣାଇଁ ସମେତ ୭ଟି ସ୍ଥାନରେ ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ଦାରା ଚଢାଉ ଜାରି ରହିଛି l ତନ୍ମଧ୍ୟରୁ ଦୁଇ ମହଲା ବିଶିଷ୍ଟ ଆବାସିକ କୋଠା ଶ୍ରୀରାମ ନଗର, ପୁରୁଣା ସହର, ପ୍ଲଟ ନମ୍ବର ୧୮୧୩/୩୯୪୧, ମୌଜା-ୟୁନିଟ-୨୭, ଫ୍ଲାଟ ନମ୍ବର ୩୦୪, ତୃତୀୟ ମହଲା, ଭଗବାନ ଟାୱାର, ଲକ୍ଷ୍ମୀସାଗର, ଫ୍ଲାଟ ନମ୍ବର ୪୦୨, ଚତୁର୍ଥ ମହଲା, EVOS ଗାଲାକ୍ସି, ୟୁନିଟ ୩, ଖାରବେଳନଗର। ସୁକୁମାର ନାୟକ ଆପାର୍ଟମେଣ୍ଟ, ଫ୍ଲାଟ ନମ୍ବର ୩୦୨, ବାଲେଶ୍ୱରର ଏସ.ଏନ.ସେନ ରୋଡ,ଯାଜପୁର ଟାଉନରେ ତାଙ୍କ ସମ୍ପର୍କୀୟଙ୍କ ଘର, ସୁନ୍ଦରଗଡ଼ ଜିଲା ବଣାଇଁରେ ତାଙ୍କ ସରକାରୀ ବାସଭବନ ଏବଂ ତାଙ୍କ କାର୍ଯ୍ୟାଳୟ, ଆଇଟିଡିଏ ଇତ୍ୟାଦି ସ୍ଥାନରେ ଏକକାଳୀନ ତଦନ୍ତ ଚାଲିଛି l

 

 


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?