ଷ୍ଟାଫ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ମିଳିଲା ପୁଳାପୁୁଳା ଟଙ୍କା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଷ୍ଟାଫ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍‌ ବିରଞ୍ଚି ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । କଟକ ଓ ଭୁବନେଶ୍ୱରର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିବା ବେଳେ ପୁଳା ପୁଳା ଟଙ୍କା ମିଳିଛି। ଟଙ୍କା ସହିତ ବିପୁଳ ପରିମାଣରେ ସୁନା ବି ମିଳିଛି। ତାଙ୍କର ଦୁଇଟି ଦୁଇ ମହଲା କୋଠା ଓ ୯ଟି ଜାଗା ଠାବ କରାଯାଇଛି। ସେ ୨ ଥର ବିଦେଶ ଗସ୍ତ କରିଥିବାର ଡକ୍ୟୁମେଣ୍ଟ ସହିତ ଘରୁ ବିଦେଶୀ ନୋଟ ବିଡ଼ା ମଧ୍ୟ ଠାବ କରାଯାଇଛି। ସେହିପରି ତାଙ୍କ ଶଳାଙ୍କ ଘରୁ ନଗଦ ୧୩ ଲକ୍ଷ ଟଙ୍କା ମିଳିଛି। ଭିଜିଲାନ୍ସ ଏସ୍ପି ଆର୍‌. ପ୍ରକାଶ କହିଛନ୍ତି,ଏତେ ଟଙ୍କା ଓ ସମ୍ପତ୍ତି କେଉଁଠୁ ଆସିଲା, ସେନେଇ ତଦନ୍ତ ଜାରି ରହିଛି।