ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୨୦ା୬: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଭୁବନେଶ୍ୱର ହେଡ୍‌ କ୍ୱାର୍ଟରରେ ଥିବା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀ୍‌ଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ସୋମବାର ସକାଳୁ ଚଢ଼ାଉ କରିଛି। ବ୍ରହ୍ମପୁର ଖାରବେଳ ନଗରସ୍ଥିତ ଦୁଇ ମହଲା କୋଠା ସମେତ, ଛତ୍ରପୁର ରାମନଗରସ୍ଥିତ ଦୁଇ ମହଲା କୋଠା , ରାମନଗରରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସ , ଅନାଦିଙ୍କ ପୁଅଙ୍କ ନାମରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ଥିବା ମା’ରେସିଡେନ୍ସି ନାମକ ଏକ ଓୟା ହୋଟେଲ ଓ ତାଙ୍କ ଝିଅ ରହୁଥିବା ବାଲେଶ୍ୱରସ୍ଥିତ ବାସଭବନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସ୍‌ପି , ୪ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି ବୋଲି ଭିଜିଲାନ୍ସ ଏସପି ତ୍ରିଲୋଚନ ସ୍ବାଇଁ ପ୍ରାଥମିକ ସୂଚନା ଦେଇଛନ୍ତି। ଚଢ଼ାଉ ଜାରି ରହିଥିବାରୁ ସବିଶେଷ ତଥ୍ୟ ଜଣାପଡ଼ି ନ ଥିବା ଏସ୍‌ପି ସ୍ବାଇଁ କହିଛନ୍ତି। ଯୋଗାଣ ଅଧିକାରୀ ଅନାଦି ସେଠି ପୂର୍ବରୁ ଗଜପତି ଜିଲାରେ ଯୋଗାଣ ଅଧିକାରୀ ଭାବେ ଥିଲେ। ତାଙ୍କ ନାମରେ ଅଭିଯୋଗ ଆସିବା ପରେ ଏହି ଚଢ଼ାଉ କରାଯାଇଛି ବୋଲି ବିଭାଗୀୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri