କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଡେପୁଟି ଡାଇରେକ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୩ା୯ (ବ୍ୟୁରୋ)- ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ଆଉଜଣେ ଉଚ୍ଚପଦସ୍ଥ ସରକାରୀ ଅଫିସର। ସେ ହେଲେ ଡାଇରେକ୍ଟୋରେଟ୍‌ ଅଫ୍‌ ଫ୍ୟାକ୍ଟୋରିଜ୍‌ ଆଣ୍ଡ୍‌ ବଏଲର୍ସ ବା କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଡେପୁଟି ଡାଇରେକ୍ଟର ରମେଶ ଚନ୍ଦ୍ର ବେହେରା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଚଢାଉ କରିଛି। ଚଢ଼ାଉ ସ୍ଥାନ ମଧ୍ୟରେ ଭୁବନେଶ୍ୱରର ଘାଟିକିଆସ୍ଥିତ ବାସଭବନ, କଟକରେ ଥିବା ଶ୍ୱଶୁର ଘର, ଯାଜପୁର କୋରେଇସ୍ଥିତ ପୈତୃକ ବାସଭବନ, କଟକ ସିଡିଏରେ ଥିବା ଫ୍ଲାଟ, କଟକ ଓ ଭୁବନେଶ୍ୱର ଅଫିସ ଏବଂ ପୁଡୁଚେରୀରେ ଥିବା ଘର ରହିଛି। ଭିଜିଲାନ୍ସ ଏସ୍‌ପି ସାର୍ଥକ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଗୁରୁବାର ଭୋର୍‌ ୬ଟାରୁ ଚଢାଉ ଆରମ୍ଭ ହୋଇଥିଲା। ତେବେ ଚଢାଉବେଳେ ଘାଟିକିଆ ବିପୁଲ୍‌ ଗାର୍ଡେନ୍‌ସ୍ଥିତ ବାସଭବନରୁ ନଗଦ ୨ଲକ୍ଷ ଟଙ୍କା ଏବଂ ୫ଶହ ଗ୍ରାମରୁ ଅଧିକ ଓଜନର ସୁନା ଅଳଙ୍କାର ମିଳିଛି। ବିଭିନ୍ନ ବ୍ୟାଙ୍କ୍‌ରେ ସ୍ଥାବର ଅସ୍ଥାବର ସମ୍ପତ୍ତି ଜମା ରହିଥିବା ସୂଚନା ମିଳିବା ପରେ ଖୋଳତାଡ଼ ଆରମ୍ଭ କରିଛି ଭିଜିଲାନ୍ସ ଟିମ୍‌। ଏଥିସହ ସେ ତାଙ୍କ ସମ୍ପର୍କୀୟଙ୍କ ନାମରେ ବିପୁଳ ସମ୍ପତ୍ତି କରିଥିବା ମଧ୍ୟ ଭିଜିଲାନ୍ସ ଅଧିକାରୀମାନେ ଜାଣିବାକୁ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri