ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର ପାତ୍ରଙ୍କ ବାସଭବନରେ ରେଡ୍ ଜାରି ରହିଛି । ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଭୁବନେଶ୍ୱର, ସୁନ୍ଦରଗଡ଼ ଓ କଟକ ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି ।
ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସ୍ପି, ୪ ଜଣ ଡିଏସ୍ପି, ୧୩ ଜଣ ଇନ୍ସପେକ୍ଟର, ୫ ଜଣ ଏଏସ୍ଆଇଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି । ତବେ ସୁନ୍ଦରଗଡ଼ର ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର ପାତ୍ରଙ୍କ କଣ ସମ୍ପତ୍ତି ଜବତ ହୋଇଛି ସେନେଇ ସ୍ପଷ୍ଟ ହୋଇପାରିନଥିବା ବେଳେ ଚଢ଼ାଉ ଶେଷ ହେବା ପରେ ତଥ୍ୟ ସାମ୍ନାକୁ ଆସିବ ।

