ସହକାରୀ ଯନ୍ତ୍ରୀଙ୍କ ବିପୁଳ ସମ୍ପତ୍ତି ଠାବ: ଉତ୍କଳ ଗ୍ୟାଲେରିଆ, ସିମ୍ଫୋନି ମଲରେ ଦୋକାନ

ଭୁବନେଶ୍ୱର,୨୯।୭: ସଡକ ଓ ଗୃହ ନିର୍ମାଣ(R&B) ଡିଭିଜନର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଚଢାଉ ବେଳେ ସହକାରୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି ଠାବ ହୋଇଛି। ନୀଳାଦ୍ରି ବିହାରରେ ୩ ମହଲା କୋଠା, କସମୋପଲିସରେ ୨ଟି ଫ୍ଲାଟ, ଉତ୍କଳ ଗ୍ୟାଲେରିଆରେ ଓ ସିମ୍ଫୋନି ମଲରେ ୨ଟି ଦୋକାନ ରହିଛି। ମୋଟ ୧୩ଟି ଦାମୀ ପ୍ଲଟ, ୯ଟି ଭୁବନେଶ୍ୱରରେ, ୩ଟି ନୟାଗଡ଼ ଓ ଗୋଟିଏ ଖୋର୍ଦ୍ଧାରେ ରହିଥିବା ସୂଚନା ମିଳିଛି।

ଭୁବନେଶ୍ୱର ଭିଜିଲାନ୍ସର ମାନ୍ୟବର ବିଶେଷ ବିଚାରପତିଙ୍କ ୱାରେଣ୍ଟ ଆଧାରରେ ୭ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୧ ଜଣ ଏସଆଇ, ୧୧ ଜଣ ଏଏସଆଇ ଓ ଅନ୍ୟାନ୍ୟ ସହଯୋଗୀ କର୍ମଚାରୀ ଏହି ଅଭିଯାନରେ ଅଂଶଗ୍ରହଣ କରିଛନ୍ତି। ଭିଜିଲାନ୍ସ ଟିମ ରାଜକିଶୋର ଜେନାଙ୍କ ବାସଭବନ ଓ ସମ୍ପର୍କୀୟ ସ୍ଥାନଗୁଡ଼ିକରେ ସମ୍ପତ୍ତି ସମ୍ପର୍କିତ ଦଲିଲ ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରୁଛି। ତଦନ୍ତ ପ୍ରକ୍ରିୟା ଜାରି ରହିଛି ଏବଂ ଏହା ସମ୍ପର୍କରେ ଅଧିକ ତଥ୍ୟ ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri