ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ରେଡ୍‌ , ୭ଟି ସ୍ଥାନରେ ଏକକାଳୀନ ଚଢାଉ

କୋରାପୁଟ/ନନ୍ଦପୁର, ୧୯।୬( ଅମିତାଭ ବେହେରା/ତୁଷାର କାନ୍ତ ମହାନ୍ତି ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି। କୋରାପୁଟ ଜିଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ସତ୍ୟନାରାୟଣ ସେଠୀଙ୍କ ନାମରେ ଆୟର ଉତ୍ସଠାରୁ ଅଧିକ ସମ୍ପତ୍ତି ରଖିଥିବା ଅଭିଯୋଗ ହୋଇଥିଲା। ଏହି ଆଧାରରେ ଶୁକ୍ରବାର ସକାଳୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଭାବେ ୭ଟି ସ୍ଥାନରେ ଚଢାଉ ଜାରି ରହିଛି।

ଏହି ମିଳିତ ଅପରେସନରେ ଭିଜିଲାନ୍ସ ବିଭାଗର ୭ ଜଣ ଡିଏସପି (DSP), ୯ ଜଣ ଇନ୍ସପେକ୍ଟର, ୧୧ ଜଣ ଏଏସଆଇ (ASI) ଏବଂ ଅନ୍ୟାନ୍ୟ ସହଯୋଗୀ କର୍ମଚାରୀ ସାମିଲ ଅଛନ୍ତି। କୋରାପୁଟ, ଖୋର୍ଦ୍ଧା ଏବଂ କେନ୍ଦ୍ରାପଡ଼ା ଜିଲାରେ ଥିବା ସେଠୀଙ୍କ ୭ଟି ଠିକଣାରେ ଏହି ଚଢ଼ାଉ ଚାଲିଛି। ସେଥିରେ କୋରାପୁଟ ଜିଲା ଜୟପୁର ସହରର ପାରାବେଡ଼ା ସ୍ଥିତ ଭଡ଼ା ଘର,
ଖୋର୍ଦ୍ଧା ଜିଲାର ଜଟଣୀ ସ୍ଥିତ ମାଢ଼ିପୁର ମୌଜାରେ ଥିବା ‘ହାଲ-ଟେକ ପ୍ଲାଜା’ର ଗ୍ରାଉଣ୍ଡ ଫ୍ଲୋରରେ ଥିବା ଆବାସିକ ଫ୍ଲାଟ, କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଅନ୍ତର୍ଗତ ଚାନ୍ଦୋଳ ନିକଟସ୍ଥ ଜାହାଙ୍ଗର ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନ ସାମିଲ ଅଛି। ସେହିପରି କୋରାପୁଟ ଜିଲା କୋଟପାଡ଼ ଠାରେ ଥିବା ସରକାରୀ ବାସଭବନ, କୋଟପାଡ଼ ସ୍ଥିତ ତାଙ୍କର ସରକାରୀ କାର୍ଯ୍ୟାଳୟ ପ୍ରକୋଷ୍ଠ, ବୋରିଗୁମ୍ମା ତହସିଲ ଅନ୍ତର୍ଗତ ତାରାଗାଁ ମୌଜାରେ ଥିବା ତାଙ୍କର ଏକ ଫାର୍ମ ହାଉସରେ ଚଢାଉ ହୋଇଛି। ବର୍ତ୍ତମାନ ସୁଦ୍ଧା ଭିଜିଲାନ୍ସ ପକ୍ଷରୁ ସମସ୍ତ କାଗଜପତ୍ର, ବ୍ୟାଙ୍କ ଆକାଉଣ୍ଟ, ସୁନା ଗହଣା ଏବଂ ଜମିବାଡ଼ି ଦଲିଲର ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଚଢ଼ାଉ ଶେଷ ହେବା ପରେ ମୋଟ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି, ସେ ନେଇ ସ୍ପଷ୍ଟ ସୂଚନା ମିଳିପାରିବ ବୋଲି ଭିଜିଲାନ୍ସ ସୂତ୍ରରୁ ଜଣାପଡ଼ିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯(ବନ୍ଦନା ସେଠୀ): ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?