ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

କୋରାପୁଟ,୨୫ା୭(ପବନ ପାଣିଗ୍ରାହୀ): ଜୟପୁର ଫରେଷ୍ଟ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି।ସକାଳ ୯:୪୧ରୁ ଜୟପୁର ଓ ଭୁବନେଶ୍ୱରର ସମେତ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଏହି ରେଡ଼ରେ ଏପର୍ଯ୍ୟନ୍ତ ୩.୫ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଛି।

ଓଡ଼ିଶା ଭିଜିଲାନ୍ସ ଦଳ, ଯେଉଁଥିରେ ୬ ଡିଏସପି, ୫ ଇନ୍ସପେକ୍ଟର, ୯ ଏଏସଆଇ ଅଛନ୍ତି, ଜୟପୁର ସ୍ୱତନ୍ତ୍ର ଜଜଙ୍କ ଦ୍ୱାରା ଜାରି ସର୍ଚ୍ଚ ଓ୍ଵାରଣ୍ଟ ଆଧାରରେ ଏହି କାର୍ଯ୍ୟ ଆରମ୍ଭ କରିଛନ୍ତି। ଚଢ଼ାଉ କାର୍ଯ୍ୟ ଚାଲିଥିବାରୁ ଅଧିକ ସୂଚନା ପରେ ମିଳିବ ବୋଲି ଜଣାପଡିଛି।

ରାମଚନ୍ଦ୍ର ନାୟକ ୦୯.୦୩.୧୯୮୯ ରେ କୋରାପୁଟ ସାମାଜିକ ବନୀକରଣ ବିଭାଗରେ ସାମାଜିକ ବନୀକରଣରେ ଗ୍ରାମ ବନ କର୍ମଚାରୀ ଭାବରେ ଯୋଗ ଦେଇଥିଲେ ଏବଂ ଆଞ୍ଚଳିକ ବନୀକରଣ ସହିତ ସାମାଜିକ ବନୀକରଣର ମିଶ୍ରଣ ପରେ, ତାଙ୍କୁ ଜୟପୁର ବନ (କ୍ଷେତ୍ରୀୟ) ବିଭାଗରେ ନିଯୁକ୍ତି ଦିଆଯାଇଥିଲା। ବର୍ତ୍ତମାନ, ସେ ଜୟପୁର ବନାଞ୍ଚଳ ରେଞ୍ଜରେ ଡେପୁଟି ରେଞ୍ଜର କମ୍-ଚାର୍ଜ ରେଞ୍ଜର ଭାବରେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri