ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼ ଆସିଛି। ଲ୍ୟାମ୍ପର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ପ୍ରସାଦ ତ୍ରିପାଠୀଙ୍କ ଜିଲୁଣ୍ଡାସ୍ଥିତ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

ସୂଚନା ଅନୁଯାୟୀ, ଛଅ ଜଣିଆ ଭିଜିଲାନ୍ସ ଟିମ୍ ଘରେ ପହଞ୍ଚି ଦସ୍ତାବିଜ ଯାଞ୍ଚ ସହ ତଦନ୍ତ ଆରମ୍ଭ କରିଛି। ପୂର୍ବରୁ ଏହି ସମବାୟ ସମିତିରେ ବ୍ୟାପକ ଅର୍ଥ ହେରଫେର ହୋଇଥିବା ନେଇ ଅଭିଯୋଗ ଉଠିଥିଲା।

ବିଭାଗୀୟ ତଦନ୍ତ ରିପୋର୍ଟ ଅନୁଯାୟୀ, ୩୩ ଜଣ ଚାଷୀଙ୍କ ଅଜାଣତରେ ୨୮ ଲକ୍ଷ ୨୯ ହଜାର ଟଙ୍କା ଉଠାଯାଇଥିବା ସହ, ପରିବାର ସଦସ୍ୟଙ୍କ ନାମରେ ୭୫ ଲକ୍ଷ ଟଙ୍କାରୁ ଅଧିକ ଅର୍ଥ ହଡପ କରାଯାଇଥିବା ଉଲ୍ଲେଖ ରହିଛି।

ତଦନ୍ତରୁ ଆହୁରି ଜଣାପଡ଼ିଛି ଯେ,ମିନି ବ୍ୟାଙ୍କ ଆକାଉଣ୍ଟରୁ ୨୮ ଲକ୍ଷ ୨୯ ହଜାର ଟଙ୍କା, ଭାଇଙ୍କ ନାମରେ ୧୪ ଲକ୍ଷ ୨୧ ହଜାର ଟଙ୍କା, ବାପାଙ୍କ ନାମରେ ୩ ଲକ୍ଷ ୬୫ ହଜାର ଟଙ୍କା, ସ୍ତ୍ରୀ ଓ ଅନ୍ୟ ସମ୍ପର୍କୀୟଙ୍କ ନାମରେ ୬ ଲକ୍ଷ ୬୫ ହଜାର ଟଙ୍କା ଓ ନିଜ ନାମରେ ୨୨ ଲକ୍ଷ ଟଙ୍କା ହିସାବରକ୍ଷକଙ୍କ ଅଜାଣତରେ ବ୍ୟାଙ୍କରୁ ଉଠାଯାଇଥିବା ସୂଚନା ମିଳିଛି।

ଓଡ଼ିଶା ଭିଜିଲାନ୍ସ ପକ୍ଷରୁ କରାଯାଇଥିବା  ଯାଞ୍ଚରେ ଜଣାପଡ଼ିଛି ଯେ, ୨୦୨୪ ରୁ ୨୦୨୬ ମଧ୍ୟରେ ଏହି ଠକେଇ କାର୍ଯ୍ୟ ହୋଇଥିଲା। ଅଭିଯୁକ୍ତ ତାରିଣୀ ପ୍ରସା ସରକାରୀ ରେକର୍ଡରେ କାରସାଜି କରି ପର୍ଯ୍ୟାୟକ୍ରମେ ଏହି ଅର୍ଥ ହେରଫେର କରିଥିବା ଅଭିଯୋଗ ରହିଛି।

ତଦନ୍ତରେ ଏହା ମଧ୍ୟ ସ୍ପଷ୍ଟ ହୋଇଛି ଯେ, ହଡପ ହୋଇଥିବା ୭୫ ଲକ୍ଷ ଟଙ୍କା ସମବାୟ ସମିତିର ପ୍ରାଥମିକ ସଦସ୍ୟମାନଙ୍କ ସଞ୍ଚୟ ଓ ଜମାରାଶି ଥିଲା। ଏହାର ଫଳରେ ସମବାୟ ସଂସ୍ଥା ଉପରେ ନିର୍ଭରଶୀଳ ସ୍ଥାନୀୟ ଲୋକମାନେ ସିଧାସଳଖ ପ୍ରଭାବିତ ହୋଇଛନ୍ତି।

ଏ ନେଇ କୋରାପୁଟ ଭିଜିଲାନ୍ସ ଥାନାରେ କେସ୍ ନମ୍ବର ୮, ତାରିଖ ୨୧.୦୫.୨୦୨୬ରେ ପ୍ରିଭେନସନ ଅଫ କରପ୍ସନ ଆକ୍ଟ-୨୦୧୮ ଓ BNS-୨୦୨୩ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତ ତାରିଣୀ ପ୍ରସାଦ ତ୍ରିପାଠୀଙ୍କୁ  କୋର୍ଟକୁ ଚାଲାଣ କରାଯାଇ ଘଟଣାର ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri