ମ୍ୟୁନିସିପାଲଟି କାର୍ଯ୍ୟଳୟରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ, ୧୫।୨: ମୟୂରଭଞ୍ଜ ଜିଲା ବାରିପଦା ମ୍ୟୁନିସିପାଲଟି କାର୍ଯ୍ୟଳୟରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ମ୍ୟୁନିସିପାଲଟି ଅଧୀନରେ ଥିବା ସମସ୍ତ ପାର୍କଗୁଡ଼ିକରେ ଆଦାୟ ହେଉଥିବା ଟିକସରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ନେଇ ଏହି ଚଢ଼ାଉ କରାଯାଇଥିବାର ଜଣାପଡିଛି। ବାରିପଦା ଏବଂ ବାଲେଶ୍ବର ଭିଜିଲାନ୍ସ ବିଭାଗର ଦୁଇ ଡିଏସ୍‌ପିଙ୍କ ନେତୃତ୍ୱରେ ୧୦ ଜଣ ଅଧିକାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଭିଜିଲାନ୍ସ ବିଭାଗ ମ୍ୟୁନିସିପାଲଟି ଯନ୍ତ୍ରୀଙ୍କ କାର୍ଯ୍ୟଳୟରେ ପଶି ସମସ୍ତ ପାର୍କର ଫାଇଲ ଗୁଡିକୁ ଜବତ କରିବା ସହ ପାର୍କ ଗୁଡ଼ିକର ଆୟ ବ୍ୟୟର ହିସାବକୁ ଯାଞ୍ଚ କରୁଛନ୍ତି । ଏ ନେଇ ପୂବରୁ ମ୍ୟୁନିସିପାଲଟି ଯନ୍ତ୍ରୀଙ୍କ ନାମରେ ଜଣେ ମହିଳା ଠିକା କର୍ମଚାରୀ ଅଶାଳୀନ ବ୍ୟବହାର ନେଇ ଥାନାରେ ଅଭିଯୋଗ ମଧ୍ୟ କରିଥିଲେ । ମ୍ୟୁନିସିପାଲଟିର ପାର୍କ ଗୁଡିକର ଟିକଟ ବହି ନକଲି କରାଯାଇ ଟଙ୍କା ଆଦାୟ କରାଯାଉଥିବାର ମଧ୍ୟ ସନ୍ଦେହ ଉଠିଥିଲା । ଭିଜିଲାନ୍ସ କର୍ମଚାରୀମାନେ ଯାଞ୍ଚ ପ୍ରକ୍ରିୟା ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri