ନିର୍ବାହୀ ଯନ୍ତ୍ରୀ ଘରେ ପଶିଲା ଭିଜିଲାନ୍ସ: ଏକକାଳୀନ ୬ ସ୍ଥାନରେ ଚଢାଉ

କୋରାପୁଟ,୩।୧୨(ଅମିତାଭ ବେହେରା):ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ। ଜୟପୁରରେ ଥିବା ତିନି ମହଲା ବିଶିଷ୍ଟ କୋଠା, ଗଞ୍ଜାମ ବେଲଗୁଣ୍ଠାରେ ଥିବା ପୈତୃକ ଦୁଇ ମହଲା ବିଶିଷ୍ଟ କୋଠା, ଜୟପୁର ବ୍ଲକରେ ଥିବା ତାଙ୍କ ସରକାରୀ କାର୍ଯ୍ୟାଳୟ, ଜୟପୁର ପୌରପାଳିକାରେ ଥିବା ତାଙ୍କ କାର୍ଯ୍ୟାଳୟ,ଜଯ଼ପୁରର ଡିଆଇଇଟିରେ ତାଙ୍କ ସ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ଭୁବନେଶ୍ୱରର ନୀଳାଦ୍ରି ବିହାର (ପଟିଆ)ରେ ଅବସ୍ଥିତ ତାଙ୍କ ସମ୍ପର୍କୀୟଙ୍କ ଘର ଉପରେ ଚଢାଉ ଚାଲିଛି।
ଏହି ଚଢାଉରେ ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୬ ଏଏସଆଇ ଏବଂ ଅନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି।

ସୂଚନାଯୋଗ୍ୟ,ବିଶ୍ୱନାଥ ପାତ୍ର ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ (ଏଇଇ)ଭାବେ ଅବସ୍ଥାପିତ ଥିବା ବେଳେ ତାଙ୍କୁ ଜୟପୁର ପୌରପାଳିକାର ନିର୍ବାହୀ ଯନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri