୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ କିରାଣୀ: ମାଡ଼ିବସିଲା ଭିଜିଲାନ୍ସ

ବାରିପଦା,୨୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୁରଭଞ୍ଜ ଜିଲା ବାରିପଦା ପୌରପରିଷଦ ଏଷ୍ଟାବ୍ଲିଶମେଂଟ ବିଭାଗର ବରିଷ୍ଠ କିରାଣୀ ଲାଞ୍ଚ ନେଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ପିତାଙ୍କ ନାମରେ ଥିବା ଦୋକାନ ଘରକୁ ପୁଅ ନାମରେ ମାଲିକାନା ପରିବର୍ତ୍ତନ କରିବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ମାଡି ବସିଥିଲା । କିରାଣୀ ଜଣକ ହେଲେ ଗୋପାଳ କୃଷ୍ଣ ପ୍ରଧାନ।

ସୂଚନା ଅନୁଯାୟୀ, ବାରିପଦା ପୁରୁଣା ହାଟସାହିର ମହମ୍ମଦ ଜାଭିରଙ୍କ ପିତାଙ୍କ ମୃତ୍ୟୁ ପରେ ମ୍ୟୁନିସିପାଲିଟିର ଦୋକାନ ଗୃହକୁ ନିଜ ନାମରେ କରିବା ପାଇଁ କିରାଣୀଙ୍କ ନିକଟରେ ବାରମ୍ବାର ଆବେଦନ କରିଥିଲେ। ଦୁଇ ବର୍ଷ ଧରି କାର୍ଯ୍ୟାଳୟକୁ ଦୌଡି ଦୌଡି ନୟାନ୍ତ ହେବା ପରେ ମଧ୍ୟ ନିଜ ନାମକୁ କରିପାରୁ ନ ଥିଲେ । ଏନେଇ କିରାଣୀ ଜଣକ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ମହମ୍ମଦ ଜାଭିର ଅସହାୟ ହୋଇ ବାରିପଦା ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ବାରିପଦା ଭିଜିଲାନ୍ସ ବିଭାଗର ୟୁନିଟ୍‌ ଇନଚାର୍ଜ ବିକାଶ ସ୍ବାଇଁ ପୂର୍ବ ପ୍ରସ୍ତୁତି ଓ ଯୋଜନାକୁ ନେଇ ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ଲାଞ୍ଚ ନେଉବା ସମୟରେ ବାରିପଦା ଭିଜିଲାନ୍ସ ବିଭାଗ ମାଡିବସିଥିଲା। ତାଙ୍କ ନିକଟରୁ କେମିକାଲ ବୋଳା ସମସ୍ତ ୧୦ହଜାର ଲାଞ୍ଚ ଟଙ୍କାକୁ ଭିଜିଲାନ୍ସ ଜବତ କରିଛି । ଏହା ପରେ କାର୍ଯ୍ୟାଳୟ, ନିଜସ୍ବ ବାସଗୃହ ସମେତ ବଭିନ୍ନ ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରି ଯାଞ୍ଚ ପ୍ରକ୍ରିୟା ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri