ଭିଜିଲାନ୍ସକୁ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଯାଜପୁର ଅଫିସ,୬ା୬: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଲୁଣିବର ପାହାଡ଼ର କଳାପଥର ଖାଦାନରେ ଗତ ୩୧ ତାରିଖ ମଧ୍ୟରାତ୍ରିରେ ଜଣେ ଶିଶୁ ଶ୍ରମିକଙ୍କ ସହ ୨ ଜଣଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଓଡ଼ିଶା ଲୋକାୟୁକ୍ତ ନିଜ ଆଡୁ ଏକ ମାମଲା (ଏଲ୍‌ୱାଇ-୨୫୦/୨୦୨୩ରେ) ରୁଜୁ କରିଛନ୍ତି। ଘଟଣାର ତଦନ୍ତ କରି ଦୁଇ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କଟକ ଭିିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି। ସୂଚନା ଅନୁସାରେ ଲୁଣିବର ମୌଜାର ଏକ କଳାପଥର ଖାଦାନରେ ମେଶିନ ଲଗାଇ କଳାପଥର ଲୁଟ ହେଉଥିଲା। ଉକ୍ତ ବେଆଇନ ଖାଦାନରେ ପଥର ବ୍ୟବସାୟୀ ମେଶିନ ଅପରେଟର କେନ୍ଦୁଝର ଜିଲା ତେଲକୋଇ ଗ୍ରାମର ଶାନ୍ତନୁ ଖିଲାରଙ୍କ ସହ ଜଣେ ଶିଶୁ ଶ୍ରମିକ ଓ ଅନ୍ୟମାନଙ୍କୁ ମଧ୍ୟ ରାତ୍ରିରେ ନିୟୋଜିତ କରିଥିଲେ। ବ୍ଲାଷ୍ଟିଂ ପରେ ମେଶିନ ସହଯୋଗରେ ପଥର ଉତ୍ତୋଳନ କରାଯାଇ ଗାଡ଼ିରେ ଲୋଡିଂ ହେଉଥିଲା। ଏହି ସମୟରେ ଉପରୁ ବହୁ ଓଜନର ପଥର ସହ ମାଟି ଅତଡ଼ା ମେଶିନ ଅପରେଟର ଖିଲାର ଏବଂ ଶିଶୁ ଶ୍ରମିକଙ୍କ ଉପରେ ପଡ଼ିଥିଲା। ମେଶିନ ଅପରେଟର ଖିଲାରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଶିଶୁ ଶ୍ରମିକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। କିଛି ସମୟ ପରେ ଶିଶୁ ଶ୍ରମିକଙ୍କ ମଧ୍ୟ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଯାଜପୁର ଜିଲା ଜେନାପୁର ଥାନାରେ ୧୪୦/୨୩ ନମ୍ବରରେ ଏକ ମାମଲା ରୁଜୁ ହୋଇଛି। କିନ୍ତୁ ପୋଲିସ କାହାରିକୁ ଗିରଫ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri