ଭିଜିଲାନ୍ସକୁ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଯାଜପୁର ଅଫିସ,୬ା୬: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଲୁଣିବର ପାହାଡ଼ର କଳାପଥର ଖାଦାନରେ ଗତ ୩୧ ତାରିଖ ମଧ୍ୟରାତ୍ରିରେ ଜଣେ ଶିଶୁ ଶ୍ରମିକଙ୍କ ସହ ୨ ଜଣଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଓଡ଼ିଶା ଲୋକାୟୁକ୍ତ ନିଜ ଆଡୁ ଏକ ମାମଲା (ଏଲ୍‌ୱାଇ-୨୫୦/୨୦୨୩ରେ) ରୁଜୁ କରିଛନ୍ତି। ଘଟଣାର ତଦନ୍ତ କରି ଦୁଇ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କଟକ ଭିିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି। ସୂଚନା ଅନୁସାରେ ଲୁଣିବର ମୌଜାର ଏକ କଳାପଥର ଖାଦାନରେ ମେଶିନ ଲଗାଇ କଳାପଥର ଲୁଟ ହେଉଥିଲା। ଉକ୍ତ ବେଆଇନ ଖାଦାନରେ ପଥର ବ୍ୟବସାୟୀ ମେଶିନ ଅପରେଟର କେନ୍ଦୁଝର ଜିଲା ତେଲକୋଇ ଗ୍ରାମର ଶାନ୍ତନୁ ଖିଲାରଙ୍କ ସହ ଜଣେ ଶିଶୁ ଶ୍ରମିକ ଓ ଅନ୍ୟମାନଙ୍କୁ ମଧ୍ୟ ରାତ୍ରିରେ ନିୟୋଜିତ କରିଥିଲେ। ବ୍ଲାଷ୍ଟିଂ ପରେ ମେଶିନ ସହଯୋଗରେ ପଥର ଉତ୍ତୋଳନ କରାଯାଇ ଗାଡ଼ିରେ ଲୋଡିଂ ହେଉଥିଲା। ଏହି ସମୟରେ ଉପରୁ ବହୁ ଓଜନର ପଥର ସହ ମାଟି ଅତଡ଼ା ମେଶିନ ଅପରେଟର ଖିଲାର ଏବଂ ଶିଶୁ ଶ୍ରମିକଙ୍କ ଉପରେ ପଡ଼ିଥିଲା। ମେଶିନ ଅପରେଟର ଖିଲାରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଶିଶୁ ଶ୍ରମିକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। କିଛି ସମୟ ପରେ ଶିଶୁ ଶ୍ରମିକଙ୍କ ମଧ୍ୟ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଯାଜପୁର ଜିଲା ଜେନାପୁର ଥାନାରେ ୧୪୦/୨୩ ନମ୍ବରରେ ଏକ ମାମଲା ରୁଜୁ ହୋଇଛି। କିନ୍ତୁ ପୋଲିସ କାହାରିକୁ ଗିରଫ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri