ଆର୍‌ଟିଆଇ ପରିସରଭୁକ୍ତ ହେବ ଭିଜିଲାନ୍ସ

କଟକ ଅଫିସ୍‌,୨୧ା୬:ରାଜ୍ୟ ଭିଜିଲାନ୍ସ ବିଭାଗ ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ପରିସରଭୁକ୍ତ ହେବ ବୋଲି ହାଇକୋର୍ଟ ସୋମବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏଣିକି ଭିଜିଲାନ୍ସ ବିଭାଗର ତଥ୍ୟ ପାଇବା ପାଇଁ ଯେକେହି ଆର୍‌ଟିଆଇ ଅନୁଯାୟୀ ଆବେଦନ କରିପାରିବେ। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ୨୦୧୬ ଅଗଷ୍ଟ ୧୧ରେ ଭିଜିଲାନ୍ସକୁ ଆର୍‌ଟିଆଇରୁ ବାଦ୍‌ ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଉକ୍ତ ବିଜ୍ଞପ୍ତିକୁ ବିରୋଧ କରି ଏକାଧିକ ବ୍ୟକ୍ତିଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର ହୋଇଥିଲା। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଆର.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରି ଉକ୍ତ ବିଜ୍ଞପ୍ତିକୁ ରଦ୍ଦ କରିଦେଇଛନ୍ତି। ଗୋପନୀୟ ଓ ସମ୍ବେଦନଶୀଳ ପ୍ରସଙ୍ଗ ଛାଡ଼ି ଅନ୍ୟ ସବୁ ତଥ୍ୟକୁ ପବ୍ଲିକ୍‌ ଡୋମେନ୍‌ରେ ରଖିବାକୁ ଭିଜିଲାନ୍ସକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଦୁର୍ନୀତି ଏବଂ ମାନବାଧିକାର ଉଲ୍ଲଂଘନ ସୂଚନା ଗୋପନୀୟ ନୁହେଁ ବୋଲି କୋର୍ଟ ସ୍ପଷ୍ଟ କରିଦେଇଛନ୍ତି। ଏ ସମ୍ପର୍କିତ ସଂଶୋଧିତ ବିଜ୍ଞପ୍ତି ୪ ସପ୍ତାହ ମଧ୍ୟରେ ପ୍ରକାଶ କରିବାକୁ ଖଣ୍ଡପୀଠ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଥାଉ କି, ରାଜ୍ୟ ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦ କରିବା ପାଇଁ ସୁବାସ ମହାପାତ୍ର, ସୁଧାଂଶୁ କୁମାର ନନ୍ଦ, ପ୍ରଦୀପ କୁମାର ପ୍ରଧାନ ପୃଥକ୍‌ ଭାବେ ହାଇକୋର୍ଟରେ ଆବେଦନ କରିଥିଲେ। ଖଣ୍ଡପୀଠ ସବୁ ମାମଲାର ଏକକାଳୀନ ଶୁଣାଣିକରି ସୋମବାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ବିପକ୍ଷ ଓକିଲ ଯୁକ୍ତି ବାଢ଼ିଥିଲେ ଯେ, ଯଦି ସମସ୍ତ ତଥ୍ୟ ସର୍ବସାଧାରଣଙ୍କୁ ପ୍ରଦାନ କରାଯିବ, ତେବେ ତଦନ୍ତ ବ୍ୟାହତ ହେବ। ହେଲେ ଖଣ୍ଡପୀଠ ତାହାକୁ ଗ୍ରହଣ ନ କରି କହିଛନ୍ତି ଯେ, ମାନବ ଅଧିକାର ଉଲ୍ଲଂଘନ ଏବଂ ଦୁର୍ନୀତି ସମ୍ପର୍କିତ ତଥ୍ୟକୁ ସରକାର ଜନସାଧାରଣଙ୍କଠାରୁ ଲୁଚାଇ ରଖିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri