ସରିଲା ଭିଜିଲାନ୍ସର ୨ ଦିନିଆ ରିମାଣ୍ଡ

ଭବାନୀପାଟଣା,୧୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବିଇଓ ଅଫିସ ଏକ୍ସକ୍ୟାଡ଼ର ଶିକ୍ଷକଙ୍କ ଦରମା ଓ ଅନ୍ୟାନ୍ୟ ବାବଦ ଲକ୍ଷାଧିକ ଟଙ୍କା ହଡ଼ପ ଘଟଣାର ମୁଖ୍ୟ ଅଭିଯୁକ୍ତ ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆରଙ୍କୁ ଗୁରୁବାରଠାରୁ ୨ଦିନିଆ ରିମାଣ୍ଡରେ ନେଇଥିଲା କଳାହାଣ୍ଡି ଭିଜିଲାନ୍ସ ବିଭାଗ। ଶୁକ୍ରବାର ରିମାଣ୍ଡ ଶେଷ ହେବା ପରେ ପୁଣି ଜେଲ ଯାଇଛନ୍ତି ଅଭିଯୁକ୍ତ ଶୁଚିସ୍ମିତା। ଅଭିଯୁକ୍ତ ସୁଆରଙ୍କୁ ଭିଜିଲାନ୍ସ କାର୍ଯ୍ୟାଳୟରେ ରିମାଣ୍ଡ ସମୟରେ ବିଭିନ୍ନ ଦିଗ ନେଇ ଜେରା କରାଯାଇଛି। ଅନେକ ବଡ଼ବଡ଼ ଅଧିକାରୀ ଏହି ଅର୍ଥ ଆତ୍ମସାତ ମାମଲାରେ ଜଡିତ ଥିବା ସନ୍ଦେହ କରାଯାଉଥିବା ବେଳେ ଅଭିଯୁକ୍ତ ଅଧିକାରୀଙ୍କ ଏକ ଲମ୍ବା ତାଲିକା ଭିଜିଲାନ୍ସକୁ ଦେଇଥିବା ଜଣାପଡିଛି। ସୁଚିସ୍ମିତାଙ୍କୁ ଜେରା କରିବା ପରେ ଅପରାହ୍ନରେ ତାଙ୍କର ଭବାନୀପାଟଣା ଇରିଗେଶନ କଲୋନୀ ୧୫ ନଂ ଲାଇନରେ ଥିବା ୪ମହଲା କୋଠା ଘରେ ଯାଞ୍ଚ କରାଯାଇଥିଲା। ପୂର୍ବରୁ ଭିଜିଲାନ୍ସ ବିଭାଗ ଉକ୍ତ କୋଠା ସିଲ କରିଥିଲା। ଭିଜିଲାନ୍ସ ବିଭାଗ ଡିଏସପି ସଦାନନ୍ଦ ପାଣିଙ୍କ ନେତୃତ୍ୱରେ ଏକ ଟିମ ଅଭିଯୁକ୍ତଙ୍କ ମା’ଙ୍କ ଉପସ୍ଥିତିରେ ସିଲ ଖୋଲି ଘର ଛାନଭିନ କରିଥିଲା। ଭିଜିଲାନ୍ସ ଟିମ ପଶିବା ପୂର୍ବରୁ ଘରେ କେହି ବିଭିନ୍ନ ସାମଗ୍ରୀ ଫିଙ୍ଗା ଫୋପଡା କରିଥିବା ଦେଖିବାକୁ ମିଳିଥିଲା। ତେବେ ଘର ଆଲମିରାରୁ ଶୁଚିସ୍ମିତା ଓ ତାଙ୍କ ମା’ଙ୍କ ନାମରେ ଥିବା ବ୍ୟାଙ୍କ ଜମାଖାତା ଓ ଖଟ ତଳୁ କ୍ୟାସ ବୁକ, ଚେକବୁକ ସହ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ବିଭାଗ ହାତରେ ଲାଗିଥିବା ଜଣାପଡିଛି। ଏ ସଂକ୍ରାନ୍ତରେ ଭିଜିଲାନ୍ସ ଡିଏସପି ସଦାନ୍ଦନ ପାଣିଙ୍କୁ ପଚରାଯିବାରୁ ସେ କହିଛନ୍ତି, ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନିଆଯାଇଥିଲା। ତାଙ୍କ ନାଁରେ ବିଇଓ କାର୍ଯ୍ୟାଳୟର ୨ କୋଟି ୫୬ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗର ତଦନ୍ତ ଜାରି ରହିଛି ବୋଲି କହିଥିଲେ। ସୂଚନା ଯୋଗ୍ୟ ଯେ, ଭବାନୀପାଟଣା ବିଇଓ ଅଫିସ ଆକାଉଣ୍ଟାଣ୍ଟ ସୁଚିସ୍ମିତା ଏକ୍ସକ୍ୟାଡର ଶିକ୍ଷକଙ୍କ ଦରମା ଓ ଅନ୍ୟାନ୍ୟ ସରକାରୀ ଅର୍ଥ ନିଜ ଆକାଉଣ୍ଟକୁ ଟ୍ରାନ୍ସଫର କରି ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ଭବାନୀପାଟଣା ଟାଉନ ଥାନାରେ ସ୍ଥାନୀୟ ବିଇଓ ଅଭିଯୋଗ ପରେ ଗିରଫ ଭୟରେ ୨୦୨୨ ଅକ୍ଟୋବର ୬ରେ ଶୁଚିସ୍ମିତା ଫେରାର୍‌ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ଜିଲା ଶିକ୍ଷା ବିଭାଗ ଥାନାରେ ଅଭିଯୋଗ କରିଥିଲା। ଏହି ଘଟଣାରେ ଭିଜିଲାନ୍ସ ବିଭାଗ ନିଜ ଆଡୁ ମାମଲା ରୁଜୁ କରି ଶିକ୍ଷା ବିଭାଗର ଜଣଙ୍କ ପରେ ଜଣେ ଅଧିକାରୀଙ୍କୁ ଜେରା କରିଥିଲା। ଦୀର୍ଘ ୫ ମାସ ପରେ ଗତ ମାସରେ ଶୁଚିସ୍ମିତା ଭବାନୀପାଟଣା ଏସ୍‌ଡିଜେଏମ୍‌ କୋର୍ଟରେ ଆତ୍ମସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri