ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କଲେଜ ଅଧ୍ୟକ୍ଷା

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା କେରଙ୍ଗ କଲେଜ ଅଧ୍ୟକ୍ଷା ବିଦ୍ୟୁତ୍‌ ପ୍ରଭା ଜେନା ୫୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡିଛନ୍ତି। ଉକ୍ତ କଲେଜର ସହକାରୀ ଲାଇବ୍ରାରିୟନ ଧିରଜ ବଡ଼ଜେନାଙ୍କ ସ୍ତ୍ରୀଙ୍କଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ କାବୁ କରି ନେଇଥିଲା। ତାଙ୍କଠାରୁ ରାସାୟନିକ ପ୍ରଲେପ ଦିଆ ଟଙ୍କା ଜବତ କରାଯାଇଛି। ଏପରିକି ତାଙ୍କ ବାସଭବନ ସମେତ କଲେଜରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ଭିଜିଲାନ୍ସ ଟିମ୍‌ ତାଙ୍କୁ ଭୁବନେଶ୍ବର କାର୍ଯ୍ୟାଳୟକୁ ଆଣି ଅଧିକ ପଚରାଉଚରା କରୁଛି।

ଧିରଜଙ୍କ ସ୍ତ୍ରୀ ଦିପ୍ତିରାଣୀଙ୍କ ଅଭିଯୋଗ କ୍ରମେ ଭିଜିଲାନ୍ସ ତାଙ୍କୁ ଧରିବାନେଇ ଜାଲ ବିଛାଇଥିଲା। ଶୁକ୍ରବାର ଅପରାହ୍ନରେ କଲେଜ ଅଧ୍ୟକ୍ଷା ବିଦ୍ୟୁତ୍‌ ପ୍ରଭା ଗୁରୁଜଙ୍ଗସ୍ଥିତ ବାସଭବନରେ ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ୍‌ ଧରିଥିଲା।

ମିଳିଥିବା ସୂଚନା ମୁତାବକ, କଲେଜ ଅଧ୍ୟକ୍ଷା ଜେନା ସହକାରୀ ଲାଇବ୍ରାରିୟନ ଧିରଜଙ୍କ ଏରିଅର ଟଙ୍କା ପାଇଁ ପ୍ରଥମେ ତାଙ୍କୁ ୧ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ପରବର୍ତ୍ତୀ ସମୟରେ ୮୦ ହଜାର ଟଙ୍କା ଦେବାକୁ କହିଥିଲେ। ହେଲେ ୫୦ ହଜାର ଟଙ୍କା ଦେବାକୁ ଫାଇନାଲ ହୋଇଥିଲା। ଏନେଇ ଧିରଜଙ୍କ ସ୍ତ୍ରୀ ଦିପ୍ତିରାଣିଙ୍କ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଖୋର୍ଦ୍ଧା, ଭୁବନେଶ୍ୱର ଭିଜିଲାନ୍ସ ମିଳିତ ଟିମ୍‌ ଚଡ଼ାଉ କରିଥିଲେ। ଭିଜିଲାନ୍ସ ଡିଏସ୍‌ପି ବ୍ରଜ କିଶୋର ଜେନାଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri