Posted inଜାତୀୟ

ଭିଜା ଭିଜା ଦୁର୍ଗାପୂଜା, ହାମୁନ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ…

ନୂଆଦିଲ୍ଲୀ,୨୩।୧୦ : ଆରବ ସାଗର ଏବଂ ବଙ୍ଗୋପସାଗରରେ ଦୁଇଟି ବିପଜ୍ଜନକ ଘୂର୍ଣ୍ଣିବଳୟ ଏକାସାଙ୍ଗରେ ସୃଷ୍ଟି ହେଉଛି। ଆରବ ସାଗରରେ ‘ତେଜ’ ଏକ ଭୟଙ୍କର ଘୂର୍ଣ୍ଣିବଳୟରେ ପରିଣତ ହୋଇଛି। ଏଥି ସହିତ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ‘ହାମୁନ’ ସୃଷ୍ଟି ହେଉଛି। ପାଣିପାଗ ବିଜ୍ଞାନୀ ୟୁଏସ ଡ୍ୟାଶ କହିଛନ୍ତି, ଓଡିଶା ଉପକୂଳଠାରୁ ପ୍ରାୟ ୨୦୦ କିଲୋମିଟର ସମୁଦ୍ରରେ ହାମୁନ ଗତି କରିବ।

ଏହାର ପ୍ରଭାବରେ ସୋମବାର ଓଡ଼ିଶାର କେତେକ ଅଞ୍ଚଳରେ ଏବଂ ଉପକୂଳର ବହୁ ଅଞ୍ଚଳରେ ହାଲୁକା ଏବଂ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ କହିଛି କେଉଁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳ ବ୍ୟତୀତ ଉତ୍ତର ତଥା ଦକ୍ଷିଣ ଉପକୂଳବର୍ତ୍ତୀ ଜିଲାର କେତେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।

ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦେଇଛି। ପାଣିପାଗର ପରିସ୍ଥିତିକୁ ଦୃଷ୍ଟିରେ ରଖି ଦୁର୍ଗା ପୂଜା ଆୟୋଜକମାନେ ପାର୍ବଣ ସମୟରେ ସମ୍ଭାବ୍ୟ ବର୍ଷା ଏବଂ ପବନର ମୁକାବିଲା ପାଇଁ ପ୍ରସ୍ତୁତି ଚଳାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri