ଭାଇଜାନ୍‌ଙ୍କ ଜୀବନ ପ୍ରତି ବିପଦ, ବନ୍ଧୁକ ଲାଇସେନ୍ସ୍‌ ପରେ ଏବେ କାର୍‌କୁ କଲେ ଅପଗ୍ରେଡ୍‌…

ମୁମ୍ବାଇ : ବଲିଉଡ୍‌ ଅଭିନେତା ଭାଇଜାନ୍‌ଙ୍କ ସଲମାନ ଖାନଙ୍କ ଜୀବନ ପ୍ରତି ବିପଦ। ତାଙ୍କୁ ହତ୍ୟା ଧମକ ମିଳୁଛି। ଏବେ ସେ ତାଙ୍କ ସୁରକ୍ଷାକୁ ନେଇ ଅତିରିକ୍ତ ସତର୍କତା ଅବଲମ୍ବନ କରୁଛନ୍ତି। ସେ ତାଙ୍କ ନିରାପତ୍ତାରେ କୌଣସି ଅବହେଳା କରିବାକୁ ଚାହୁଁ ନାହାନ୍ତି। ଖବର ଅନୁଯାୟୀ, ସଲମାନ ଖାନ ତାଙ୍କ ସୁରକ୍ଷାକୁ ବୃଦ୍ଧି କରିଛନ୍ତି। ଯେଉଁଥିପାଇଁ ସେ ତାଙ୍କ କାରକୁ ଅପଗ୍ରେଡ କରିଛନ୍ତି। ସେ ବର୍ତ୍ତମାନ ଏକ ଲ୍ୟାଣ୍ଡ କ୍ରୁଜର ଚଢ଼ିବେ, ଯାହା ବୁଲେଟ ପ୍ରୁଫ। ତାଙ୍କ କାରରେ ଅସ୍ତ୍ରଶସ୍ତ୍ର ରଖାଯାଇଛି। କାରରେ ବୁଲେଟ ପ୍ରୁଫ ଗ୍ଲାସ ମଧ୍ୟ ଲଗାଯାଇଛି। ଅବଶ୍ୟ, ଏହା ଲ୍ୟାଣ୍ଡ କ୍ରୁଜରର ଏକ ନୂତନ ସଂସ୍କରଣ ନୁହେଁ ।

ସଲମାନ ଖାନଙ୍କୁ ଗତ ମାସରେ ହତ୍ୟା ଧମକ ମିଳିଥିଲା। ଏହି ଧମକପୂର୍ଣ୍ଣ ଚିଠିକୁ ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ସଲମାନ ଖାନଙ୍କୁ ଦେଇଥିବା ଅଭିଯୋଗ ହୋଇଛି। ଏହା ପରେ ସଲମାନ ଖାନ ବନ୍ଧୁକ ରଖିବା ପାଇଁ ଲାଇସେନ୍ସ ପାଇଁ ଆବେଦନ କରିଥିଲେ। ବର୍ତ୍ତମାନ ସୁରକ୍ଷାକୁ ଦୃଷ୍ଟିରେ ରଖି ସେ ନିଜ କାରକୁ ବି ଅପଗ୍ରେଡ କରିଛନ୍ତି।

ମୁମ୍ବାଇ ପୋଲିସ କହିଛି ଯେ ସଲମାନ ଖାନ ଧମକପୂର୍ଣ୍ଣ ଚିଠି ପାଇବା ପରେ ମୁମ୍ବାଇ ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ଆତ୍ମରକ୍ଷା ପାଇଁ ବନ୍ଧୁକ ଲାଇସେନ୍ସ ପାଇଁ ଆବେଦନ କରଥିଲେ। ଜୁନ ୫ ରେ ସଲମାନ ଖାନ ଏବଂ ତାଙ୍କ ପିତା ସଲିମ ଖାନଙ୍କୁ ଏକ ଧମକପୂର୍ଣ୍ଣ ଚିଠି ମିଳିଥିଲା।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ସଲମାନ ଖାନ ଏବଂ ସଲିମ ଖାନ ଗ୍ରହଣ କରିଥିବା ଧମକପୂର୍ଣ୍ଣ ଚିଠିରେ ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ପରି ଅବସ୍ଥା ହେବ ବୋଲି ଲେଖାଯାଇଥିଲା।

ଲରେନ୍ସ ବିଷ୍ନୋଇ ୧୯୯୮ ମସିହାରେ ସଲମାନ ଖାନ ଶିକାର କରିଥିବା କୃଷ୍ଣସାର ମୃଗର ପ୍ରତିଶୋଧ ନେବାକୁ ଚାହୁଁଛନ୍ତି। ବିଷ୍ନୋଇ ନିଜେ ପୋଲିସ ରିମାଣ୍ଡରେ ପ୍ରକାଶ କରିଛନ୍ତି ଯେ ସେ ୨୦୧୮ ମସିହାଠାରୁ ସଲମାନ ଖାନଙ୍କ ହତ୍ୟା ପାଇଁ ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି। ଏଥିପାଇଁ ସେ ଏକ ସ୍ବତନ୍ତ୍ର ରାଇଫଲ ମଧ୍ୟ କିଣିଥିଲେ, ଯେଉଁଥିପାଇଁ ସେ ୪ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri