Posted inଖେଳ

୨୦୨୪ ଆଇପିଏଲ୍‌ ପୂର୍ବରୁ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ବଡ଼ ଝଟକା

ନୂଆଦିଲ୍ଲୀ,୨।୧: ୨୦୨୪ ଆଇପିଏଲ୍‌ ପୂର୍ବରୁ କେଏଲ୍‌ ରାହୁଲଙ୍କ ନେତୃତ୍ୱଧୀନ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ଏକ ବଡ଼ ଝଟକା ଲାଗିଛି। ବ୍ୟାଟିଂ କୋଚ୍‌ ବିଜୟ ଦହିଆ ଦଳର ହାତ ଛାଡି ଦେଇଛନ୍ତି। ଆଇପିଏଲ୍‌ ୨୦୨୨ ଲକ୍ଷ୍ନୌର ପ୍ରଥମ ଆଇପିଏଲ୍‌ ସିଜିନରୁ ବିଜୟ ଦଳ ସହିତ ରହିଥିଲେ।

ଦଳ ଛାଡିବା ପରେ ବିଜୟ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ଲେଖିଛନ୍ତି, ଆଇପିଏଲ୍‌ ୨୦୨୪ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଭଲ ପ୍ରଦର୍ଶନ କରିବ ବୋଲି ଆଶବ୍ୟକ୍ତ କରିଛନ୍ତି। ଏପରିକି ସେ ଦଳକୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ବର୍ତ୍ତମାନ ଲକ୍ଷ୍ନୌଠାରୁ ବିଦାୟ ନେବାର ସମୟ ଆସିଯାଇଛି। ସେ ଦୁଇ ବର୍ଷ ଧରି ଦଳ ସହିତ କାର୍ଯ୍ୟ କରିଥିଲେ। ଏହା ତାଙ୍କୁ ନିଆରା ଅନୁଭୂତି ଦେଇଥିବା ଉଲ୍ଲେଖ କରିଛନ୍ତି।

ବ୍ୟାଟିଂ କୋଚ୍‌ ବିଜୟଙ୍କ ପୂର୍ବରୁ ଦଳର ମୁଖ୍ୟ ପ୍ରଶିକ୍ଷକଙ୍କୁ ମଧ୍ୟ ଦଳରୁ ବଦଳାଯାଇଛି। ଅଷ୍ଟ୍ରେଲୀୟ ଓପନର ଜଷ୍ଟିନ ଲେଙ୍ଗରଙ୍କୁ ଦଳର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯାଇଛି।

ସେହିପରି ପୂର୍ବତନ ବ୍ୟାଟର ଗୌତମ ଗମ୍ଭୀର ଦଳ ପାଇଁ ମେଣ୍ଟର ଭୂମିକାରେ ରହିଥିଲେ। ହେଲେ ୨୦୨୪ ଆଇପିଏଲ ପୂର୍ବରୁ ସେ ଲକ୍ଷ୍ନୌ ଛାଡ଼ି କୋଲକାତା ନାଇଟ ରାଇଡର୍ସ(କେକେଆର୍‌)ରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ସାଉଥ୍‌ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ସାଉଥ୍‌ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri