ଏକ ନୁହେଁ ବଲିଉଡର କିଛି ଅଫରକୁ ରିଜେକ୍ଟ କରିଛନ୍ତି ବିଜୟ

ମୁମ୍ବାଇ: ସାଉଥ୍ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ତାଙ୍କ ବଲିଉଡ ଡେବ୍ୟୁକୁ ନେଇ ଏବେ ଖୁବ୍ ଚର୍ଚ୍ଚାରେ । ତାଙ୍କର ବଲିଉଡ ଡେବ୍ୟୁକୁ ନେଇ ପ୍ରଶଂସକ ଖୁବ୍ ଖୁସି ଅଛନ୍ତି । ଅନେକ ଦିନ ହେବ ତାଙ୍କ ପ୍ରଶଂସକ ବିଜୟଙ୍କୁ ବଲିଉଡରେ ଦେଖିବାକୁ ଚାହୁଁଥିବା ବେଳେ ଏବେ ଏହା ପୂରଣ ହେବାକୁ ଯାଉଛି । ଏବେ ଚର୍ଚ୍ଚା ହେଉଛି କି ବହୁ ପୂର୍ବରୁ ବିଜୟ ଦେବରକୋଣ୍ଡା ଗୋଟିଏ ନୁହେଁ ବରଂ ଅନେକ ବଲିଉଡ ଅଫରକୁ ରିଜେକ୍ଟ କରି ଦେଇଛନ୍ତି । ହେଲେ ଏବେ ସେ ଫିଲ୍ମ ‘ଲାଇଗର’ ମାଧ୍ୟମରେ ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି । ମୁଭିଟି ରିଲିଜ୍ ହେବା ପୂର୍ବରୁ ଏହାକୁ ଭଲ ରେସପନ୍ସ ମିଳିଥିବା କୁହାଯାଉଛି ।
ସୂଚନାଯୋଗ୍ୟ, ‘ଲାଇଗର’ ଷ୍ଟାର ବିଜୟଙ୍କୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଜବରଦସ୍ତ କ୍ରେଜ ରହିଛି । ଆଉ ଏହାକୁ ଦେଖି ବିଜୟଙ୍କ ସହ ସିନେମା କରିବାକୁ କେତେଜଣ ବଲିଉଡ ଫିଲ୍ମମେକର ଇଚ୍ଛା ପ୍ରକାଶ କରିଛନ୍ତି । ହେଲେ ବିଜୟ ସବୁ ଅଫରକୁ ରିଜେକ୍ଟ କରିଦେଇଛନ୍ତି । ଗଣମାଧ୍ୟମର ସୂଚନା ଅନୁଯାୟୀ, ବିଜୟ ଦେବରକୋଣ୍ଡାଙ୍କୁ କିଛି ବଲିଉଡ ଅଫର ମିଳିଥିଲେ ବି ସେ ଏହାକୁ ବିନମ୍ରତାର ସହ ରିଜେକ୍ଟ କରିଛନ୍ତି ।
କୁହାଯାଉଛି କି ‘ଲାଇଗର’ ରିଲିଜ୍ ହେବା ପରେ ଯାଇ ବିଜୟ କୁଆଡେ ଅନ୍ୟ ପ୍ରୋଜେକ୍ଟ କଥା ଚିନ୍ତା କରିବେ । ସେ ‘ଲାଇଗର’କୁ ନେଇ ଦର୍ଶକଙ୍କ ରେସପନ୍ସକୁ ଅପେକ୍ଷା କରିଛନ୍ତି । ଏହାପରେ ଯାଇ ସେ ପୁଣିଥରେ ବଲିଉଡରେ କାମ କରିବେ କି ନାହିଁ ଚିନ୍ତା କରିବେ । ତେବେ ‘ଲାଇଗର’କୁ ଦେଖି ଲାଗୁଛି ଦର୍ଶକେ ଏହାକୁ ଖୁବ୍ ପସନ୍ଦ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri