ପୋଖରୀରେ ବୁଡ଼ି ବିଜୟଙ୍କ ମୃତ୍ୟୁ

ପୋଲସରା,୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ଢୁଙ୍କାପଡା ଗ୍ରାମର ଜଣେ ବ୍ୟକ୍ତି ସୋମବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସେହିପରି ଗ୍ରାମର ବିଜୟ ପ୍ରଧାନ।
ସୂଚନାଯୋଗ୍ୟ ଯେ, ବିଜୟ ରାତି ସମୟରେ ପୋଖରୀକୁ ଶୌଚ ହେବା ଲାଗି ଯାଇଥିଲେ, କୌଣସି କାରଣରୁ ଗୋଡ଼ ଖସିଯିବାରୁ ପାଣି ଭିତରେ ଗୋଡ଼ ଫସିଯାଇଥିଲା। ଆଉ ସେ ପାଣି ଭିତରୁ ବାହାରିପାରି ନ ଥିଲେ । ସେଠାରେ ହିଁ ବିଜୟଙ୍କ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ୧୦୮ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଉଭୟ ଗାଡି ଆସିଥିଲା । ୧୦୮ ଯୋଗେ ପୂର୍ବତନ ସରପଞ୍ଚ ପ୍ରତିନିଧି ବସନ୍ତ ଜେନା, ପୂର୍ବତନ ସମିତି ସଭ୍ୟ ବିଦ୍ୟାଧର ଭୂୟାଁ ଓ ଗ୍ରାମର ଯୁବଗୋଷ୍ଠୀଙ୍କ ସହଯୋଗରେ ପୋଲସରା ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ଖବର ପାଇ ପୋଲସରା ମେଡିକାଲରେ ପହଞ୍ଚି ୫/୨୩ରେ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri