Posted inଖେଳ

ଭାରତକୁ ପ୍ରଥମ ଟେଷ୍ଟ ବିଜୟର ସ୍ବାଦ ଚଖାଇଥିଲେ ଏହି କିମ୍ବଦନ୍ତୀ କ୍ରିକେଟର

କିମ୍ବଦନ୍ତୀ ଭାରତୀୟ କ୍ରିକେଟର ବିଜୟ ହଜାରେଙ୍କର ଆଜି ୧୦୬ତମ ଜନ୍ମ ଦିବସ। ସେ ମାର୍ଚ୍ଚ ୧୧, ୧୯୧୫ରେ ଜନ୍ମଗ୍ରହଣ କରିଥିଲେ। ୧୯୫୨ରେ ବିଜୟ ହଜାରେଙ୍କ ନେତୃତ୍ୱରେ ଚେନ୍ନାଇରେ ଇଂଲଣ୍ଡ ବିପକ୍ଷରେ ଭାରତ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଜିତିଥିଲା। ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ଏହି ମ୍ୟାଚକୁ ଗୋଟିଏ ଇନିଂସ ଏବଂ ୮ ରନ୍‌ରେ ଜିତିଥିଲା ଏବଂ ସିରିଜ ୧-୧ରେ ଡ୍ର ହୋଇଥିଲା। ଏହି ମ୍ୟାଚ୍‌ରେ ବିନୁ ମଙ୍କଡ ଷ୍ଟାର ଥିଲେ। ସେ ଏହି ମ୍ୟାଚରେ ୧୨ଟି ଉଇକେଟ ନେଇଥିଲେ। କେବଳ ଏତିକି ନୁହେଁ, ପ୍ରଥମ ଶ୍ରେଣୀରେ ହଜାରେଙ୍କ ରେକର୍ଡ ଏପର୍ଯ୍ୟନ୍ତ ଅକ୍ଷୁର୍ଣ୍ଣ ରହିଛି। ୨୩୮ ପ୍ରଥମ ଶ୍ରେଣୀ ମ୍ୟାଚରେ ସେ ହାରାହାରି ୫୮.୩୬ରେ ୧୮,୭୪୦ ରନ ସ୍କୋର କରିଥିଲେ। ଏଥି ମଧ୍ୟରେ ୬୦ ଶତକ ଏବଂ ୭୩ ଅର୍ଦ୍ଧଶତକ ଅନ୍ତର୍ଭୁକ୍ତ। ଏଥିସହ ସେ ୫୯୫ ଉଇକେଟ ମଧ୍ୟ ନେଇଥିଲେ।
ବିଜୟ ହଜାରେ ମହାରାଷ୍ଟ୍ର ପାଇଁ କ୍ରିକେଟ ଖେଳିଥିଲେ ଏବଂ ୧୯୫୧ରୁ ୧୯୫୩ ମଧ୍ୟରେ ୧୪ଟି ମ୍ୟାଚରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ମଧ୍ୟ ହୋଇଥିଲେ। ତାଙ୍କ ସମ୍ମାନାର୍ଥେ ଜୋନାଲ କ୍ରିକେଟ ଟୁର୍ନାମେଣ୍ଟ ବିଜୟ ହଜାରେ ଆରମ୍ଭ ହୋଇଥିଲା। ସେ ପ୍ରଥମ କ୍ରିକେଟର ଯିଏକି ଜସୁ ପଟେଲଙ୍କ ସହ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?