Posted inଖେଳ

ବିଜୟ ହଜାରେ ଟ୍ରଫି: ଓଡ଼ିଶାର କ୍ରମାଗତ ଦ୍ୱିତୀୟ ପରାଜୟ

ଭୁବନେଶ୍ୱର, ୨୭।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅନ୍ୟତମ ସମ୍ମାନଜନକ ଘରୋଇ ପ୍ରତିଯୋଗିତା ବିଜୟ ହଜାରେ ଟ୍ରଫିରେ ଓଡ଼ିଶା କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି। ତ୍ରିପୁରା ବିପକ୍ଷରେ ବିଜୟ ସହ ଅଭିଯାନ ଆରମ୍ଭ କରିଥିବା ଓଡ଼ିଶା ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ମ୍ୟାଚରେ ଭିଜେଡି ପଦ୍ଧତିରେ ରେଲଓ୍ବେଠାରୁ ହାରିଥିବାବେଳେ ସୋମବାର ବେଙ୍ଗାଲୁରୁସ୍ଥିତ ଅଲୁର ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ କେରଳଠାରୁ ୭୮ ରନରେ ପରାଜିତ ହୋଇଛି।

ଟସ୍‌ ଜିତି ବ୍ୟାଟିଂ କରିଥିବା କେରଳ ବିଷ୍ଣୁ ବିନୋଦଙ୍କ ଶତକ ସହାୟତାରେ ୫୦ ଓଭରରେ ୯ ଉଇକେଟ ହରାଇ ୨୮୬ ରନ କରିଥିଲା। ବିନୋଦ ୮୫ ବଲ୍‌ରୁ ୫ ଚୌକା ଓ ୮ ଛକା ସହାୟତାରେ ସର୍ବାଧିକ ୧୨୦ ରନ କରିଥିଲେ। ଅବଦୁଲ ବସିଥ ୪୮ ରନରେ ଅପରାଜିତ ରହିଥିଲେ। ଓଡ଼ିଶା ବୋଲରଙ୍କ ମଧ୍ୟରେ ଅଭିଷେକ ଯାଦବ ୪ଟି, ରାଜେଶ ମହାନ୍ତି ଓ ପ୍ରୟାସ ସିଂ ୨ଟି ଲେଖାଏ ଏବଂ ଗୋବିନ୍ଦ ପୋଦ୍ଦାର ଗୋଟିଏ ଉଇକେଟ ନେଇଥିଲେ।

୨୮୭ ରନ ବିଜୟ ଲକ୍ଷ୍ୟର ପିଛା କରି ଓଡ଼ିଶା ୪୩.୩ ଓଭରରେ ୨୦୮ ରନରେ ଅଲ୍‌ଆଉଟ ହୋଇଯାଇଥିଲା। ଗୋଟିଏ ପଟରେ ଦୃଢ଼ ବ୍ୟାଟିଂ କରି ଶାନ୍ତନୁ ମିଶ୍ର ୯୨ ରନର ଇନିଂସ ଖେଳିଥିଲେ ହେଁ ଅନ୍ୟପଟରେ କ୍ରମାଗତ ବ୍ୟବଧାନରେ ଉଇକେଟ ପତନ ଓଡ଼ିଶା ପାଇଁ ମହଙ୍ଗା ପଡ଼ିଥିଲା। ଅଧିନାୟକ ବିପ୍ଳବ ସାମନ୍ତରାୟ ଦ୍ୱିତୀୟ ସର୍ବାଧିକ ୩୪ ରନ କରିଥିଲେ। କେରଳ ପକ୍ଷରୁ ତାରକା ସ୍ପିନର ଶ୍ରେୟାସ ଗୋପାଳ ୪ଟି, ବାସିଲ ଥାମ୍ପି ଓ ଅଖିଲ ସ୍କାରିଆ ୨ଟି ଲେଖାଏ ଏବଂ ଅଖିନ ସଥର ଓ ବୈଶାଖ ଚନ୍ଦ୍ରନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଓଡ଼ିଶା ୩ ମ୍ୟାଚରୁ ୧ ବିଜୟ ଓ ୨ ପରାଜୟ ଯୋଗୁ ୪ ପଏଣ୍ଟ ସହ ଗ୍ରୁପ୍‌ ‘ଏ’ରେ ୭ମ ସ୍ଥାନକୁ ଖସିଛି। ମୁମ୍ବାଇ ୧୨ ପଏଣ୍ଟ ସହିତ ଏହି ଗ୍ରୁପ୍‌ର ଶୀର୍ଷରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ…

ଭାରତୀୟ କ୍ରିକେଟ ପାଇଁ ସୁନୀଲ ଗାଭାସ୍କରଙ୍କ ବଡ଼ ଅନୁରୋଧ; କଲେ ଏମିତି ଦାବି

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଏକ ସୁବର୍ଣ୍ଣଯୁଗ ଦେଇ ଗତି କରୁଛି ଏବଂ ବିଶ୍ୱ କ୍ରିକେଟରେ ଏହାର ପ୍ରଭାବଶାଳୀ ସ୍ଥିତି ରହିଛି; ତଥାପି, ପୂର୍ବତନ କିମ୍ବଦନ୍ତୀ…

ଦିନକୁ କେତେ କୋଟି ରୋଜଗାର କରନ୍ତି ବୈଭବ? ୧୫ ବର୍ଷର ଷ୍ଟାରଙ୍କ ଆୟ ଜାଣିଲେ ଉଡ଼ିଯିବ ହୋସ!

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟର ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ଏବେ ବିଶ୍ୱ କ୍ରିକେଟର ସବୁଠୁ ଚର୍ଚ୍ଚିତ ଖେଳାଳିଙ୍କ ମଧ୍ୟରେ ଜଣେ। ମାତ୍ର ୧୫ ବର୍ଷ ବୟସରେ ଫ୍ରାଞ୍ଚାଇଜ…

T20Iରେ ସବୁଠୁ ଦ୍ରୁତ ଅର୍ଦ୍ଧଶତକ କାହା ନାଁରେ? ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ, ବୈଭବ-ଅଭିଷେକଙ୍କ ପାଇଁ ବି ରେକର୍ଡ ଭାଙ୍ଗିବା କଷ୍ଟକର

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ୍ର ନୂଆ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ତାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଦେଖି କ୍ରିକେଟ୍‌ପ୍ରେମୀଙ୍କ ମନରେ ଗୋଟିଏ ପ୍ରଶ୍ନT20…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?