Posted inଖେଳ

ବିଜୟ ହଜାରେ ଟ୍ରଫି: ଓଡ଼ିଶାର କ୍ରମାଗତ ଦ୍ୱିତୀୟ ପରାଜୟ

ଭୁବନେଶ୍ୱର, ୨୩।୨(କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଚାଲିଥିବା ବିଜୟ ହଜାରେ ଟ୍ରଫି ଏକଦିବସୀୟ ଘରୋଇ କ୍ରିକେଟ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୮ ଉଇକେଟରେ ରେଲଓ୍ବେଠାରୁ ହାରି ଯାଇଛି। ଓଡ଼ିଶା ପକ୍ଷରୁ ଧାର୍ଯ୍ୟ ୨୩୧ ରନର ବିଜୟ ଲକ୍ଷ୍ୟକୁ ରେଲଓ୍ବେ ୪୪.୩ ଓଭରରେ ୨ ଉଇକେଟ ହରାଇ ହାସଲ କରି ନେଇଥିଲା। ଚଳିତ ଟୁର୍ନାମେଣ୍ଟରେ ଓଡ଼ିଶା ଦଳର ଏହା କ୍ରମାଗତ ଦ୍ୱିତୀୟ ପରାଜୟ। ଦଳ ଏହାର ପ୍ରଥମ ମ୍ୟାଚରେ ଭିଜେଡି ନିୟମ ଅନୁସାରେ କେରଳଠାରୁ ହାରି ଯାଇଥିଲା।
ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଓଡ଼ିଶା ୪୯.୩ ଓଭରରେ ୨୩୦ ରନ କରି ସମସ୍ତ ଉଇକେଟ ହରାଇଥିଲା। ଦଳ ପକ୍ଷରୁ ଅଙ୍କିତ ଯାଦବ ସର୍ବାଧିକ ୪୮(୪୨ ବଲ, ୭ ଚୌକା) ଏବଂ ଅଧିନାୟକ ଶାନ୍ତନୁ ମହାପାତ୍ର ଓ ରାଜେଶ ଧୂପର ୩୬ ରନ ଲେଖାଏ ସ୍କୋର କରିଥିଲେ। ବିପକ୍ଷ ଦଳର ପ୍ରଦୀପ ଟି. ୩ଟି, ହିମାଂଶୁ ସଙ୍ଗଓ୍ବନ ଓ ଶିବମ ଚୌଧାରୀ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ରେଲଓ୍ବେ ୪୪.୩ ଓଭରରେ ମାତ୍ର ୨ ଉଇକେଟ ହରାଇ ୨୩୧ ରନ ସଂଗ୍ରହ କରି ନେଇଥିଲା। ଦୁଇ ଓପନର ମୃଣାଳ ଦେବଧର ଓ ପ୍ରଥମ ସିଂ ଯଥାକ୍ରମେ ୪୪ ଓ ୬୩ ରନ କରି ଆଉଟ ହୋଇଥିବାବେଳେ ଶିବମ ଚୌଧାରୀ ୮୧(୮୪ ବଲ, ୫ ଚୌକା, ୩ ଛକା) ଓ ଅରିନ୍ଦମ ଘୋଷ ୩୯(୪୯ ବଲ, ୪ ଚୌକା) ରନରେ ଅପରାଜିତ ରହି ଦଳକୁ ଜିତାଇଥିଲେ। ଓଡ଼ିଶା ବୋଲରଙ୍କ ମଧ୍ୟରେ ସୌରଭ କନୋଜା ଓ ଶାନ୍ତନୁ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ଓଡ଼ିଶା ୪୯.୩ ଓଭରରେ ୨୩୦/ଅଲଆଉଟ( ଅଙ୍କିତ-୪୮, ଶାନ୍ତନୁ-୩୬, ରାଜେଶ-୩୬, ପ୍ରଦୀପ-୩/୫୪, ହିମାଂଶୁ-୨/୩୪, ଶିବମ୍‌-୨/୧୮)। ରେଲଓ୍ବେ ୪୪.୩ ଓଭରରେ ୨୩୧/୨( ଶିବମ୍‌-୮୧*, ପ୍ରଥମ-୬୩, ମୃଣାଳ-୪୪, ଅରିନ୍ଦମ-୩୯*, କନୋଜା-୧/୪୮, ଶାନ୍ତନୁ-୧/୩୬)।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri