ବିଜୟ କୁମାର ନାଲ୍‌କୋ ପ୍ରଡକ୍ସନ ନିର୍ଦ୍ଦେଶକ

ବଅଁରପାଳ, ୨୯ା୭(ଡି.ଏନ.ଏ.)- ନାଲ୍‌କୋର ନୂତନ ପ୍ରଡକ୍ସନ ନିର୍ଦ୍ଦେଶକ ଭାବେ ବିଜୟ କୁମାର ଦାସଙ୍କୁ ବୁଧବାର ମନୋନୀତ କରାଯାଇଛି। ବର୍ତ୍ତମାନ ସେ ନାଲ୍‌କୋ କର୍ପୋରେଟରେ ନିର୍ବାହୀ ନିର୍ଦ୍ଦେଶକ ରହିଛନ୍ତି। ଏବେ ପ୍ରଡକ୍ସନ ନିର୍ଦ୍ଦେଶକ ରହିଥିବା ଭି. ବାଲ୍‌ ସୁବ୍ରମଣ୍ୟମଙ୍କ କାର୍ଯ୍ୟକାଳ ଆସନ୍ତା ଡିସେମ୍ବରରେ ଶେଷ ହେବ। ତେଣୁ ଏହି ପଦବୀ ପାଇଁ ବୁଧବାର ଏକ ସାକ୍ଷାତକାର କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଇଡି ବିଜୟ କୁମାର ଦାସ, ଇଡି କାଳୀକିଙ୍କର ପଣ୍ଡା, ମହାପ୍ରବନ୍ଧକ ସୁଶୀଲ କୁମାର ପାଢି, ମହାପ୍ରବନ୍ଧକ ଅମୀୟ କୁମାର ସ୍ବାଇଁ, ଭୀମସେନ ପ୍ରଧାନ, ସୁଧୀର ରଞ୍ଜନ ପଟ୍ଟନାୟକ, ସତୀଶ କୁମାର ରାୟ ଓ ପୁନିତ କୁମାର ଶର୍ମା ପ୍ରମୁଖ ସାକ୍ଷାତକାରରେ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ବିଜୟ କୁମାରଙ୍କୁ ଏହି ବିଭାଗର ନିର୍ଦେଶକ ଭାବେ ମନୋନୀତ କରାଯାଇଛି। ଆସନ୍ତା ଜାନୁୟାରୀରେ ବିଜୟ କୁମାର ନୂଆ ଦାୟିତ୍ୱ ନେବେ ବୋଲି ଜଣାପଡିଛି। ନାଲ୍‌କୋ ଏମ୍ପ୍ଲଇଜ ସଂଘ ସାଧାରଣ ସମ୍ପାଦକ ନିର୍ମଳ ସାମଲ, ଏନଏସସିୟୁର ସାଧାରଣ ସମ୍ପାଦକ ପରେଶ ଚନ୍ଦ୍ର ଜେନା, କାର୍ଯ୍ୟକାରୀ ସଭାପତି ବିଭବ ଜେନା, ସୁଜିତ ସେଠ, ମନୋଜ ସ୍ବାଇଁ, ଶ୍ରମିକ ନେତା ବିନୋଦ ସାମଲ, ମୁନା ସାମଲ, ନିର୍ମଳ ଶତପଥୀ, ପ୍ରକାଶ ବେହେରା, ନାଲ୍‌କୋ ଅଫିସର୍ସ ଆସୋସିଏଶନ ସଭାପତି ପ୍ରସନ୍ନ କୁମାର ମଲିକ, କାର୍ଯ୍ୟକାରୀ ସଭାପତି ବନମାଳୀ ସେଠୀ ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri