ନିଶାବେପାରୀ ବିଜୟ ମାଣିଆଙ୍କୁ ବର୍ଷେ ଜେଲଦଣ୍ଡ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଦୋଷୀ ସାବ୍ୟସ୍ତ ନିଶାବେପାରୀ ବିଜୟ ମାଣିଆ ଭୁବନେଶ୍ୱର କୋର୍ଟ ପରିସରରୁ ଖସି ପଳାଇବା ମାମଲାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ନିଶା କାରବାର ମାମଲାରେ ଝାରପଡ଼ା ଜେଲରେ ସଜା କାଟୁଥିବା ବିଜୟଙ୍କୁ ଭୁବନେଶ୍ୱର ଜେଏମ୍‌ଏଫ୍‌ସି (୪) ଏକବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୩ଟି ଦଫାରେ ମୋଟ ୪ ହଜାର ଟଙ୍କା ଅର୍ଥଦଣ୍ଡରେ ମଧ୍ୟ ଦଣ୍ଡିତ କରାଯାଇଛି। ଜରିମାନା ଅନାଦାୟ ଅଧିକ ୨ ମାସ ଜେଲ ଭୋଗିବାକୁ ବିଚାରପତି ଏସ୍‌.ଏନ୍‌. ମହାନ୍ତି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ପୂର୍ବରୁ ଅବକାରୀ ବିଭାଗ ଦ୍ୱାରା ହୋଇଥିବା ମାମଲାରେ ଭୁବନେଶ୍ୱର ଅତିରିକ୍ତ ଜିଲା ଓ ଦୌରା ଜଜ୍‌ଙ୍କ ଦ୍ୱାରା ବିଜୟ ଦୋଷୀ ସାବ୍ୟସ୍ତ ହୋଇ ୧୦ ବର୍ଷ ଜେଲଦଣ୍ଡର ସଜା କାଟୁଛନ୍ତି। ତେବେ କୋର୍ଟରୁ ଖସି ପଳାଇବା ମାମଲାରେ ବିଜୟ ଆଉ ଏକବର୍ଷ ଅଧିକ ଜେଲରେ ରହିବେ।
ସୂଚନା ଅନୁଯାୟୀ, ବାଲିପାଟଣା ଥାନା ଅନ୍ତର୍ଗତ ପଦ୍ମପୁର ଅଞ୍ଚଳର ବିଜୟ ୧୦୫ କେଜି ଗଞ୍ଜେଇ ସହ ୨୦୨୦ ସେପ୍ଟେମ୍ବର ୧୧ରେ କଟକ ଜିଲା ଅବକାରୀ ବିଭାଗର ଫ୍ଲାଇଂ ସ୍କ୍ବାଡ୍‌ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିଲେ। ୨୦୨୨ ଜୁନ ୨୫ରେ କୋର୍ଟ ଏହି ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରି ଦଣ୍ଡାଦେଶ ଶୁଣାଇଥିଲେ। ପରେ ୨ଜଣିଆ ଏସ୍‌କର୍ଟ ଟିମ୍‌ ବିଜୟଙ୍କୁ ଧରି କୋର୍ଟରୁ ଜେଲ ନେଉଥିବାବେଳେ ସେ ଧକ୍କା ଦେଇ ଖସି ପଳାଇଥିଲେ। ଏନେଇ ବଡ଼ଗଡ଼ ଥାନାରେ ଏତଲା ପରେ ପୋଲିସ ଏକ ମାମଲା (ନଂ.୨୧୮/୨୦୨୩) ରୁଜୁ କରି ଅଗଷ୍ଟ ୨୮ରେ ହାଇଦ୍ରାବାଦରୁ ବିଜୟଙ୍କୁ ଗିରଫ କରିଥିଲା। ପରେ ତାଙ୍କୁ ଜେଲକୁ ପଠାଇ ଦିଆଯାଇଥିଲା। ମାମଲାରେ ୬ଜଣ ସାକ୍ଷୀଙ୍କ ଆଧାରରେ କୋର୍ଟ ରାୟ ଶୁଣାଇଥିଲେ। ସରକାରଙ୍କ ପକ୍ଷରୁ ସହକାରୀ ସରକାରୀ ଓକିଲ ବିଶ୍ୱରଞ୍ଜନ ରାଉତ ଓ ସୁଶାନ୍ତ କୁମାର ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri