ନିଶାବେପାରୀ ବିଜୟ ମାଣିଆଙ୍କୁ ବର୍ଷେ ଜେଲଦଣ୍ଡ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଦୋଷୀ ସାବ୍ୟସ୍ତ ନିଶାବେପାରୀ ବିଜୟ ମାଣିଆ ଭୁବନେଶ୍ୱର କୋର୍ଟ ପରିସରରୁ ଖସି ପଳାଇବା ମାମଲାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ନିଶା କାରବାର ମାମଲାରେ ଝାରପଡ଼ା ଜେଲରେ ସଜା କାଟୁଥିବା ବିଜୟଙ୍କୁ ଭୁବନେଶ୍ୱର ଜେଏମ୍‌ଏଫ୍‌ସି (୪) ଏକବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୩ଟି ଦଫାରେ ମୋଟ ୪ ହଜାର ଟଙ୍କା ଅର୍ଥଦଣ୍ଡରେ ମଧ୍ୟ ଦଣ୍ଡିତ କରାଯାଇଛି। ଜରିମାନା ଅନାଦାୟ ଅଧିକ ୨ ମାସ ଜେଲ ଭୋଗିବାକୁ ବିଚାରପତି ଏସ୍‌.ଏନ୍‌. ମହାନ୍ତି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ପୂର୍ବରୁ ଅବକାରୀ ବିଭାଗ ଦ୍ୱାରା ହୋଇଥିବା ମାମଲାରେ ଭୁବନେଶ୍ୱର ଅତିରିକ୍ତ ଜିଲା ଓ ଦୌରା ଜଜ୍‌ଙ୍କ ଦ୍ୱାରା ବିଜୟ ଦୋଷୀ ସାବ୍ୟସ୍ତ ହୋଇ ୧୦ ବର୍ଷ ଜେଲଦଣ୍ଡର ସଜା କାଟୁଛନ୍ତି। ତେବେ କୋର୍ଟରୁ ଖସି ପଳାଇବା ମାମଲାରେ ବିଜୟ ଆଉ ଏକବର୍ଷ ଅଧିକ ଜେଲରେ ରହିବେ।
ସୂଚନା ଅନୁଯାୟୀ, ବାଲିପାଟଣା ଥାନା ଅନ୍ତର୍ଗତ ପଦ୍ମପୁର ଅଞ୍ଚଳର ବିଜୟ ୧୦୫ କେଜି ଗଞ୍ଜେଇ ସହ ୨୦୨୦ ସେପ୍ଟେମ୍ବର ୧୧ରେ କଟକ ଜିଲା ଅବକାରୀ ବିଭାଗର ଫ୍ଲାଇଂ ସ୍କ୍ବାଡ୍‌ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିଲେ। ୨୦୨୨ ଜୁନ ୨୫ରେ କୋର୍ଟ ଏହି ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରି ଦଣ୍ଡାଦେଶ ଶୁଣାଇଥିଲେ। ପରେ ୨ଜଣିଆ ଏସ୍‌କର୍ଟ ଟିମ୍‌ ବିଜୟଙ୍କୁ ଧରି କୋର୍ଟରୁ ଜେଲ ନେଉଥିବାବେଳେ ସେ ଧକ୍କା ଦେଇ ଖସି ପଳାଇଥିଲେ। ଏନେଇ ବଡ଼ଗଡ଼ ଥାନାରେ ଏତଲା ପରେ ପୋଲିସ ଏକ ମାମଲା (ନଂ.୨୧୮/୨୦୨୩) ରୁଜୁ କରି ଅଗଷ୍ଟ ୨୮ରେ ହାଇଦ୍ରାବାଦରୁ ବିଜୟଙ୍କୁ ଗିରଫ କରିଥିଲା। ପରେ ତାଙ୍କୁ ଜେଲକୁ ପଠାଇ ଦିଆଯାଇଥିଲା। ମାମଲାରେ ୬ଜଣ ସାକ୍ଷୀଙ୍କ ଆଧାରରେ କୋର୍ଟ ରାୟ ଶୁଣାଇଥିଲେ। ସରକାରଙ୍କ ପକ୍ଷରୁ ସହକାରୀ ସରକାରୀ ଓକିଲ ବିଶ୍ୱରଞ୍ଜନ ରାଉତ ଓ ସୁଶାନ୍ତ କୁମାର ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri