ଆଜି ବିଜେଡିରେ ସାମିଲ ହୋଇପାରନ୍ତି ବିଜୟ ମହାପାତ୍ରଙ୍କ ପୁଅ

ଡେରାବିଶ,୭ା୩(ବେବର୍ତ୍ତା ଅଜୟ ଦାସ): ମଙ୍ଗଳବାର ଅର୍ଥାତ୍‌ ମାର୍ଚ୍ଚ ୫ ଥିଲା ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ। ପାଟକୁରାରେ ସମାନ୍ତରାଳ ଭାବେ ବିଜୁ ଜୟନ୍ତୀ କରାଯିବା ସହ ବିଜେଡି ନେତାମାନେ ନିଜର ଶକ୍ତି ପ୍ରଦର୍ଶନ କରିଥିଲେ। ଏହା ପାଟକୁରା ରାଜନୀତିକୁ ସରଗରମ କରିଛି। ଅନ୍ୟପକ୍ଷେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗୁରୁବାର ବିଜେଡିରେ ଯୋଗ ଦେବେ ବୋଲି ସୂଚନା ମିଳିଛି। ନବୀନ ନିବାସଠାରେ ଦଳୀୟ ନେତାଙ୍କ ଉପସ୍ଥିତିରେ ସେ ବିଜେଡିରେ ମିଶିବେ ବୋଲି ଜଣାପଡିବା ପରେ ପାଟକୁରାରେ ରାଜନୈତିକ ଉଷ୍ମତା ଜୋର ଧରିଛି।

ସୂଚନାଯୋଗ୍ୟ, ମଙ୍ଗଳବାର ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଙ୍ଗାଳପୁର ପଞ୍ଚାୟତ ଚଁପୁର ହାଟପଡ଼ିଆରେ ବିଜେଡି ପକ୍ଷରୁ ବିଜୁ ଜୟନ୍ତୀ ଉତ୍ସବ ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ ଓ ତାଙ୍କ ପୁଅ ତଥା ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ସଞ୍ଜୟ ଅଗ୍ରଓ୍ବାଲଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଏହି ସମାବେଶରେ ପାଟକୁରାରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ବିଧାୟିକା ଆହ୍ବାନ କରିଥିଲେ। ଏଥିସହିତ ୨୦୦୯ରୁ ପୂର୍ବତନ ବିଧାୟକ ବେଦୁବାବୁଙ୍କ ଦ୍ୱାରା ଆରମ୍ଭ ହୋଇଥିବା ନିର୍ମାଣର ଯୁଗ ସମ୍ପର୍କରେ ସେ ଉଲ୍ଲେଖ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ଓ ରାଜ୍ୟର ବିକାଶ ଧାରାରେ ପାଟକୁରାକୁ ସାମିଲ କରିବା ପାଇଁ ସମସ୍ତେ ସଂକଳ୍ପ ନେବାକୁ ବିଧାୟିକା ଓ ତାଙ୍କ ପୁଅ ସଞ୍ଜୟ ଆହ୍ବାନ ଦେଇଥିଲେ। ଅନ୍ୟପକ୍ଷେ ପୂର୍ବତନ ବିଧାୟିକ ବେଦୁବାବୁଙ୍କ ଅତ୍ୟନ୍ତ ଅନୁଗତ ଭାବେ କାମ କରୁଥିବା ତଥା ଡେରାବିଶ ବ୍ଲକର ପୂର୍ବତନ ଅଧ୍ୟକ୍ଷ ସରୋଜକାନ୍ତ ସାହୁ ବିଧାୟିକା ଅଗ୍ରୱାଲଙ୍କୁ ବିରୋଧ କରିଆସୁଛନ୍ତି। ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଡେରାବିଶର ଅସ୍ମିତା ଓ ପାଟକୁରାର ସ୍ବାଭିମାନ ମଞ୍ଚର ନେତୃତ୍ୱ ନେଉଥିବା ସରୋଜ ଡେରାବିଶ ବ୍ଲକ ଅଧୀନ ଚାଟରାଚକଡ଼ା ପଞ୍ଚାୟତ ଛତାସ୍ଥିତ କୃଷକ ଭବନରେ ବିଜୁବାବୁଙ୍କ ଜୟନ୍ତୀ ଆୟୋଜନ କରିଥିଲେ। ବହୁ ଅସନ୍ତୁଷ୍ଟ ବରିଷ୍ଠ ନେତାଙ୍କୁ ନେଇ ଆୟେଜିତ ଏହି ସମାବେଶରେ ୫ହଜାରରୁ ଊର୍ଦ୍ଧ୍ୱ ତାଙ୍କ ସମର୍ଥକ ଯୋଗଦେଇଥିଲେ। ଏହି ସମାବେଶରେ ମହିଳାଙ୍କ ସଂଖ୍ୟା ଅଧିକ ଥିବା ଦେଖିବାକୁ ମିଳିଥିଲା।

ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ବିଜୁବାବୁଙ୍କ ସ୍ବପ୍ନ ଥିଲା। ତାକୁ ସାକାର କରିବା ପାଇଁ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମସ୍ତ ଜନହିତକର ଯୋଜନାକୁ କାର୍ଯ୍ୟକାରୀ କରିବାକୁ ସେ ସଂକଳ୍ପବଦ୍ଧ ବୋଲି କହିଥଲେ। ଶାସକ ଦଳ ପକ୍ଷରୁ ଏପରି ସମାନ୍ତରାଳ ବିଜୁ ଜୟନ୍ତୀ ପାଳନକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ବିଜୟଙ୍କ ପୁଅ ଅରବିନ୍ଦଙ୍କ ବିଜେଡିରେ ଯୋଗଦାନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଦୀର୍ଘଦିନ ହେବ ଅରବିନ୍ଦଙ୍କ ବିଜେଡିରେ ଯୋଗଦାନକୁ ନେଇ ହେଉଥିବା ଆଲୋଚନା ବିଷୟରେ ବିଜୟ ସ୍ପଷ୍ଟ କରି ନ ଥିଲେ। ବୁଧବାର ପାଟକୁରା ନିର୍ବାଚନ ମଣ୍ଡଳୀରୁ ବିଜୟଙ୍କ ସମର୍ଥକମାନେ ଅରବିନ୍ଦଙ୍କ ନେତୃତ୍ୱରେ ଭୁବନେଶ୍ୱର ଯିବା ପାଇଁ ପ୍ରସ୍ତୁତ ହେଉଥିବା ଜଣାପଡିବା ପରେ ସବୁଠି ସେହି ଆଲୋଚନା ଚାଲିଛି।

ସୂଚନାଯୋଗ୍ୟ, ପୂର୍ବରୁ ବିଜୁବାବୁଙ୍କ ଏକାନ୍ତ ଅନୁଗତ ଥିଲେ ବିଜୟ ମହାପାତ୍ର। ବିଜୁଙ୍କ ମନ୍ତୀମଣ୍ଡଳରେ ସେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇ ଆସିଥିଲେ। ହେଲେ ୨୦୦୦ ମସିହାରେ ବିଜେଡି ପକ୍ଷରୁ ତାଙ୍କୁ ଦଳୀୟ ଟିକେଟ ଦିଆଯାଇଥିଲା। ବିଧାୟକ ପ୍ରାର୍ଥୀ ଭାବେ ସେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ହେଲେ ଶେଷ ମୁହୂର୍ତ୍ତରେ ତାଙ୍କ ଟିକେଟ୍‌ ପ୍ରତ୍ୟାହାର କରି ନିଆଯାଇଥିଲା। ଏହାପରେ ସେ ବିଜେଡି ସହ ସମ୍ପର୍କ ଛିନ୍ନ କରିଥିଲେ। ୨୦୦୯ ଓ ୨୦୧୯ ରେ ସେ ପାଟକୁରାରୁ ଭାଜପା ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନାରେ ଅବତୀର୍ଣ୍ଣ ହୋଇଥିଲେ। ହେଲେ ବିଜେଡି ପ୍ରାର୍ଥୀଙ୍କଠାରୁ ସେ ପରାଜିତ ହୋଇଥିଲେ। ୨୦୧୯ ନିର୍ବାଚନ ପରଠାରୁ ବିଜୟ ରାଜନୈତିକ କ୍ଷେତ୍ରରେ ଏକ ପ୍ରକାର ନୀରବ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ…

ପାନ ଦୋକାନରେ ଚଢାଉ : ତମାଖୁ ଉତ୍ପାଦ ବିକ୍ରି କରି ଗଣିଲେ ତଣ୍ଡ

ବରଗଡ଼, ୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ସ୍ବାସ୍ଥ୍ୟ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଏକ ମିଳିତ କାର୍ଯ୍ୟକାରୀ ସ୍କ୍ବାଡ୍‌ ଗଠିତ ହୋଇ ତମାଖୁ ନିୟନ୍ତ୍ରଣ ନିୟମ…

ଲାଗି ରହିଛି ଡ୍ରେନେଜ ଅବ୍ୟବସ୍ଥା, ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରର ବିଭିନ୍ନ ସ୍ଥାନରେ ନର୍ଦ୍ଦମା ପାଣି ନିଷ୍କାସନ ତଥା ଡ୍ରେନେଜ ଅବ୍ୟବସ୍ଥା ଲାଗି ରହିଛି। ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ ୨…

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ…

ଟ୍ୟାଗ୍‌ ଅଛି, ଧାନ ଉଠୁନି: ମଣ୍ଡିରେ ପଡିଛି ୧୬ ଲକ୍ଷ ୩ ହଜାର ପ୍ୟାକେଟ ଧାନ

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଞ୍ଚଳରେ ମଣ୍ଡି ଖୋଲିବାର ୨ ମାସ ବିତିଥିଲେ ମଧ୍ୟ ସମସ୍ତ ଚାଷୀଙ୍କ ପାଖରେ ଟୋକନ ପହଞ୍ଚତ୍ ପାରିନାହିଁ। ଯେଉଁ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri