ଆଜି ବିଜେଡିରେ ସାମିଲ ହୋଇପାରନ୍ତି ବିଜୟ ମହାପାତ୍ରଙ୍କ ପୁଅ

ଡେରାବିଶ,୭ା୩(ବେବର୍ତ୍ତା ଅଜୟ ଦାସ): ମଙ୍ଗଳବାର ଅର୍ଥାତ୍‌ ମାର୍ଚ୍ଚ ୫ ଥିଲା ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ। ପାଟକୁରାରେ ସମାନ୍ତରାଳ ଭାବେ ବିଜୁ ଜୟନ୍ତୀ କରାଯିବା ସହ ବିଜେଡି ନେତାମାନେ ନିଜର ଶକ୍ତି ପ୍ରଦର୍ଶନ କରିଥିଲେ। ଏହା ପାଟକୁରା ରାଜନୀତିକୁ ସରଗରମ କରିଛି। ଅନ୍ୟପକ୍ଷେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗୁରୁବାର ବିଜେଡିରେ ଯୋଗ ଦେବେ ବୋଲି ସୂଚନା ମିଳିଛି। ନବୀନ ନିବାସଠାରେ ଦଳୀୟ ନେତାଙ୍କ ଉପସ୍ଥିତିରେ ସେ ବିଜେଡିରେ ମିଶିବେ ବୋଲି ଜଣାପଡିବା ପରେ ପାଟକୁରାରେ ରାଜନୈତିକ ଉଷ୍ମତା ଜୋର ଧରିଛି।

ସୂଚନାଯୋଗ୍ୟ, ମଙ୍ଗଳବାର ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଙ୍ଗାଳପୁର ପଞ୍ଚାୟତ ଚଁପୁର ହାଟପଡ଼ିଆରେ ବିଜେଡି ପକ୍ଷରୁ ବିଜୁ ଜୟନ୍ତୀ ଉତ୍ସବ ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ ଓ ତାଙ୍କ ପୁଅ ତଥା ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ସଞ୍ଜୟ ଅଗ୍ରଓ୍ବାଲଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଏହି ସମାବେଶରେ ପାଟକୁରାରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ବିଧାୟିକା ଆହ୍ବାନ କରିଥିଲେ। ଏଥିସହିତ ୨୦୦୯ରୁ ପୂର୍ବତନ ବିଧାୟକ ବେଦୁବାବୁଙ୍କ ଦ୍ୱାରା ଆରମ୍ଭ ହୋଇଥିବା ନିର୍ମାଣର ଯୁଗ ସମ୍ପର୍କରେ ସେ ଉଲ୍ଲେଖ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ଓ ରାଜ୍ୟର ବିକାଶ ଧାରାରେ ପାଟକୁରାକୁ ସାମିଲ କରିବା ପାଇଁ ସମସ୍ତେ ସଂକଳ୍ପ ନେବାକୁ ବିଧାୟିକା ଓ ତାଙ୍କ ପୁଅ ସଞ୍ଜୟ ଆହ୍ବାନ ଦେଇଥିଲେ। ଅନ୍ୟପକ୍ଷେ ପୂର୍ବତନ ବିଧାୟିକ ବେଦୁବାବୁଙ୍କ ଅତ୍ୟନ୍ତ ଅନୁଗତ ଭାବେ କାମ କରୁଥିବା ତଥା ଡେରାବିଶ ବ୍ଲକର ପୂର୍ବତନ ଅଧ୍ୟକ୍ଷ ସରୋଜକାନ୍ତ ସାହୁ ବିଧାୟିକା ଅଗ୍ରୱାଲଙ୍କୁ ବିରୋଧ କରିଆସୁଛନ୍ତି। ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଡେରାବିଶର ଅସ୍ମିତା ଓ ପାଟକୁରାର ସ୍ବାଭିମାନ ମଞ୍ଚର ନେତୃତ୍ୱ ନେଉଥିବା ସରୋଜ ଡେରାବିଶ ବ୍ଲକ ଅଧୀନ ଚାଟରାଚକଡ଼ା ପଞ୍ଚାୟତ ଛତାସ୍ଥିତ କୃଷକ ଭବନରେ ବିଜୁବାବୁଙ୍କ ଜୟନ୍ତୀ ଆୟୋଜନ କରିଥିଲେ। ବହୁ ଅସନ୍ତୁଷ୍ଟ ବରିଷ୍ଠ ନେତାଙ୍କୁ ନେଇ ଆୟେଜିତ ଏହି ସମାବେଶରେ ୫ହଜାରରୁ ଊର୍ଦ୍ଧ୍ୱ ତାଙ୍କ ସମର୍ଥକ ଯୋଗଦେଇଥିଲେ। ଏହି ସମାବେଶରେ ମହିଳାଙ୍କ ସଂଖ୍ୟା ଅଧିକ ଥିବା ଦେଖିବାକୁ ମିଳିଥିଲା।

ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ବିଜୁବାବୁଙ୍କ ସ୍ବପ୍ନ ଥିଲା। ତାକୁ ସାକାର କରିବା ପାଇଁ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମସ୍ତ ଜନହିତକର ଯୋଜନାକୁ କାର୍ଯ୍ୟକାରୀ କରିବାକୁ ସେ ସଂକଳ୍ପବଦ୍ଧ ବୋଲି କହିଥଲେ। ଶାସକ ଦଳ ପକ୍ଷରୁ ଏପରି ସମାନ୍ତରାଳ ବିଜୁ ଜୟନ୍ତୀ ପାଳନକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ବିଜୟଙ୍କ ପୁଅ ଅରବିନ୍ଦଙ୍କ ବିଜେଡିରେ ଯୋଗଦାନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଦୀର୍ଘଦିନ ହେବ ଅରବିନ୍ଦଙ୍କ ବିଜେଡିରେ ଯୋଗଦାନକୁ ନେଇ ହେଉଥିବା ଆଲୋଚନା ବିଷୟରେ ବିଜୟ ସ୍ପଷ୍ଟ କରି ନ ଥିଲେ। ବୁଧବାର ପାଟକୁରା ନିର୍ବାଚନ ମଣ୍ଡଳୀରୁ ବିଜୟଙ୍କ ସମର୍ଥକମାନେ ଅରବିନ୍ଦଙ୍କ ନେତୃତ୍ୱରେ ଭୁବନେଶ୍ୱର ଯିବା ପାଇଁ ପ୍ରସ୍ତୁତ ହେଉଥିବା ଜଣାପଡିବା ପରେ ସବୁଠି ସେହି ଆଲୋଚନା ଚାଲିଛି।

ସୂଚନାଯୋଗ୍ୟ, ପୂର୍ବରୁ ବିଜୁବାବୁଙ୍କ ଏକାନ୍ତ ଅନୁଗତ ଥିଲେ ବିଜୟ ମହାପାତ୍ର। ବିଜୁଙ୍କ ମନ୍ତୀମଣ୍ଡଳରେ ସେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇ ଆସିଥିଲେ। ହେଲେ ୨୦୦୦ ମସିହାରେ ବିଜେଡି ପକ୍ଷରୁ ତାଙ୍କୁ ଦଳୀୟ ଟିକେଟ ଦିଆଯାଇଥିଲା। ବିଧାୟକ ପ୍ରାର୍ଥୀ ଭାବେ ସେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ହେଲେ ଶେଷ ମୁହୂର୍ତ୍ତରେ ତାଙ୍କ ଟିକେଟ୍‌ ପ୍ରତ୍ୟାହାର କରି ନିଆଯାଇଥିଲା। ଏହାପରେ ସେ ବିଜେଡି ସହ ସମ୍ପର୍କ ଛିନ୍ନ କରିଥିଲେ। ୨୦୦୯ ଓ ୨୦୧୯ ରେ ସେ ପାଟକୁରାରୁ ଭାଜପା ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନାରେ ଅବତୀର୍ଣ୍ଣ ହୋଇଥିଲେ। ହେଲେ ବିଜେଡି ପ୍ରାର୍ଥୀଙ୍କଠାରୁ ସେ ପରାଜିତ ହୋଇଥିଲେ। ୨୦୧୯ ନିର୍ବାଚନ ପରଠାରୁ ବିଜୟ ରାଜନୈତିକ କ୍ଷେତ୍ରରେ ଏକ ପ୍ରକାର ନୀରବ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?