ବିଜୟ ପଟ୍ଟନାୟକ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଗତ କିଛି ମାସ ତଳେ କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଳଙ୍କ ଦସ୍ତଖତରେ ଶନିବାର ଏ ନେଇ ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇଛି। ଗତ ଫେବୃୟାରୀ ୧୦ରେ ବିଜୟ କଂଗ୍ରେସରେ ଯୋଗ ଦେଇଥିଲେ। ୧୯୭୬ ବ୍ୟାଚ୍‌ର ଏହି ପୂର୍ବତନ ଆଇଏଏସ୍‌ ଅଧିକାରୀ ୨୦୧୦ ସେପ୍ଟେମ୍ବରରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଥିଲେ ଓ ୨୦୧୩ରେ ଅବସର ଗ୍ରହଣ କରିଥିଲେ। କଂଗ୍ରେସରେ ଯୋଗଦେବା ପରଠୁ ବିଜୟ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ରାଜ୍ୟରେ କଂଗ୍ରେସର ସ୍ଥିତିକୁ ସୁଧାରିବା ପାଇଁ ଏହି ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ଅନୁଭୂତିକୁ ନେଇ ଦଳ ଆଗକୁ ବଢ଼ିବାକୁ ଉଦ୍ୟମ ଆରମ୍ଭ କରିଛି। ଏଥିସହିତ ଏଆଇସିସି ପକ୍ଷରୁ ରାଜ୍ୟ କଂଗ୍ରେସର ୨୭ ଜଣିଆ ରାଜନୈତିକ ବ୍ୟାପାର କମିଟି ମଧ୍ୟ ଗଠନ କରାଯାଇଛି। ଏହି କମିଟିରେ ଦଳର ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଭକ୍ତ ଦାସ, ତାରା ପ୍ରସାଦ ବାହିନୀପତି, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ବିଜୟ ପଟ୍ଟନାୟକ, କିଶୋର ଚନ୍ଦ୍ର ପଟେଲ, ଜଗନ୍ନାଥ ପଟ୍ଟନାୟକ, ଶରତ ରାଉତ, ଯଜ୍ଞେଶ୍ୱର ବାବୁ, ଦେବାଶିଷ ପଟ୍ଟନାୟକ, ଚିରଞ୍ଜୀବ ବିଶ୍ୱାଳ, ପଞ୍ଚାନନ କାନୁନ୍‌ଗୋ, ସପ୍ତଗିରି ଉଲ୍ଲାକା, ସନ୍ତୋଷ ସିଂ ସାଲୁଜା, ବିଶ୍ୱରଞ୍ଜନ ମହାନ୍ତି, ସସ୍ମିତା ବେହେରା, ମହମ୍ମଦ ଜିଆଉଲ ହକ୍‌ , ଶରତ ପ୍ରଧାନ ଏବଂ ଅମିୟ ପଟ୍ଟନାୟକ ପ୍ରମୁଖ ଅଛନ୍ତି। ଏହି କମିଟିରେ ବିସ୍ମୟ ମହାପାତ୍ରଙ୍କୁ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ରାଜ୍ୟର ସମସ୍ତ ଏଆଇସିସି ସମ୍ପାଦକ, ମହିଳା କଂଗ୍ରେସ ସଭାନେତ୍ରୀ, ରାଜ୍ୟ ସେବା ଦଳ ମୁଖ୍ୟ, ଯୁବ କଂଗ୍ରେସ ସଭାପତି ଏବଂ ରାଜ୍ୟ ଛାତ୍ର କଂଗ୍ରେସ ସଭାପତିଙ୍କୁ ସ୍ବତନ୍ତ୍ର ନିମନ୍ତ୍ରିତ ସଭ୍ୟ ଭାବେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri