ସହପାଠିନୀ ପ୍ରତ୍ୟୁଷାଙ୍କୁ ବିବାହ କରିବେ ବିଜୟ ଶଙ୍କର

କଟକ,୬ା୧୦ (କାର୍ତ୍ତିକ ସାହୁ):ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସ। କଟକ ଅରୁଣୋଦୟ ମାର୍କେଟ ଅଞ୍ଚଳର ପ୍ରତ୍ୟୁଷା ନନ୍ଦ ନାମ୍ନୀ ମହିଳାଙ୍କୁ ବିବାହ ପାଇଁ ସେ କଟକସ୍ଥିତ ରେଜିଷ୍ଟ୍ରାର ଅଫ୍‌ ମ୍ୟାରେଜଙ୍କ କାର୍ଯ୍ୟାଳୟରେ ଗତ ସେପ୍ଟେମ୍ବର ୨୧ରେ ଆବେଦନ କରିଥିବା ଜଣାପଡିଛି। ପ୍ରତ୍ୟୁଷା ହେଉଛନ୍ତି ବିଜୟ ଶଙ୍କରଙ୍କ ସହପାଠିନୀ। ବିଜୟଙ୍କ ବିରୋଧରେ ଦୀର୍ଘଦିନର ବାନ୍ଧବୀ ସୋମାଲିକା ଦାଶଙ୍କ ମାମଲା କୋର୍ଟରେ ବିଚାରାଧୀନ ରହିଛି। ଆବେଦନ ତାରିଖଠୁ ୧ ମାସର ନୋଟିସ ଅବଧି ଶେଷ ପରେ ବିଧାୟକ ଦାସ ପ୍ରତ୍ୟୁଷାଙ୍କୁ ବିବାହ କରିବେ। ନିୟମ ଅନୁସାରେ ବର ଓ କନ୍ୟାଙ୍କ ଘର ଅଞ୍ଚଳରେ ବିବାହ ନିମନ୍ତେ ଆବେଦନ କରାଯାଇପାରିବ। ପ୍ରତ୍ୟୁଷାଙ୍କ ଘର କଟକରେ ହୋଇଥିବାରୁ ଉଭୟ କଟକ ରେଜିଷ୍ଟ୍ରାର ଅଫ୍‌ ମ୍ୟାରେଜଙ୍କ କାର୍ଯ୍ୟାଳୟରେ ବିବାହ ପାଇଁ ଆବେଦନ କରିଛନ୍ତି। ପ୍ରତ୍ୟୁଷା ପୂର୍ବରୁ ବିବାହ କରିଥିଲେ ବି ପ୍ରଥମ ସ୍ବାମୀଙ୍କ ସହ ବିବାହ ବିଚ୍ଛେଦ ହୋଇଥିବା ଜଣାଯାଇଛି। ପ୍ରତ୍ୟୁଷା କିଛିମାସ ପୂର୍ବରୁ ଏକ ୱେବ୍‌ ଚ୍ୟାନେଲ ସ୍ଥାପନ କରି ଗଣମାଧ୍ୟମ ଦୁନିଆରେ ପାଦ ଥାପିଛନ୍ତି। ତେବେ ପ୍ରତ୍ୟୁଷାଙ୍କ ସହ ସମ୍ପର୍କ ଗଢ଼ିଉଠିବା ପରେ ବିଧାୟକ ଦାସ ତାଙ୍କର ଦୀର୍ଘଦିନର ପ୍ରେମିକା ସୋମାଲିକାଙ୍କଠୁ ଦୂରେଇ ଯାଇଥିଲେ। ୨୦୨୧ରେ ବିଧାୟକ ଦାସ ଓ ସୋମାଲିକାଙ୍କ ସମ୍ପର୍କ ମଧ୍ୟରେ ପ୍ରତ୍ୟୁଷାଙ୍କ ପ୍ରବେଶ ପରଠାରୁ ବିବାଦ ସୃଷ୍ଟି ହୋଇଥିଲା। ଏନେଇ ସୂଚନା ପାଇବା ପରେ ସୋମାଲିକା ପ୍ରତିକ୍ରିୟାରେ କହିଛନ୍ତି, ବିଜୟଙ୍କୁ ଛାଡ଼ିବି ନାହିଁ। କଟକ ବିବାହ ପଞ୍ଜୀକରଣ ଅଧିକାରୀଙ୍କଠାରେ ଅଭିଯୋଗ କରିବି। ମୋର କ’ଣ କିଛି ଇଜ୍ଜତ ନାହିଁ। ସେ ଯେତେବେଳେ ଯାହାକୁ ଚାହିଁବେ ତାଙ୍କ ଜୀବନ ନଷ୍ଟ କରିବେ। ଝିଅ ବୋଲି କ’ଣ ମୋତେ ଏମିତି ହଇରାଣ କରାଯିବ ନା କ’ଣ। ୩୦ ଦିନ ଭିତରେ ନିଶ୍ଚିତ ଅଭିଯୋଗ କରିବି ବୋଲି ସୋମାଲିକା କହିଛନ୍ତି।
ଉଲ୍ଲେଖଯୋଗ୍ୟ, ବିଧାୟକ ଦାସ ୨୦୨୨ ମେ’ ୧୭ ତାରିଖରେ ସୋମାଲିକାଙ୍କୁ ବିବାହ କରିବାକୁ ଜଗତ୍‌ସିଂହପୁର ବିବାହ ପଞ୍ଜୀକରଣ ଅଧିକାରୀଙ୍କ ନିକଟରେ ଆବେଦନ କରିଥିଲେ। ହେଲେ ଏକମାସର ନୋଟିସ ଅବଧି ପରେ ସେ ବିବାହ ପାଇଁ ଉପସ୍ଥିତ ହୋଇ ନ ଥିଲେ, ଯାହାକୁ ନେଇ ସୋମାଲିକା ଜଗତ୍‌ସିଂହପୁର ଥାନାରେ ଯୌନ ନିର୍ଯାତନା ଓ ବଳାତ୍କାର ମାମଲା ଦାଏର କରିଥିଲେ। ଏହାକୁ ନେଇ ରାଜନୈତିକ ହଟଚମଟ ହୋଇଥିଲା। ଏହି ମାମଲାରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ଫଳରେ ସୋମାଲିକା ନ୍ୟାୟ ପାଇବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମାମଲା ଏବେ ଅଦାଲତରେ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri