ଚର୍ଚ୍ଚାରେ ବିଜୟ ତମନ୍ନାଙ୍କ ଏଣ୍ଟ୍ରି

ମୁମ୍ବାଇ: ବି-ଟାଉନରେ ଅଭିନେତ୍ରୀ ତମନ୍ନା ଭାଟିଆ ଏବଂ ବିଜୟ ବର୍ମାଙ୍କ ସମ୍ପର୍କକୁ ନେଇ ଖୁବ୍‌ ଆଲୋଚନା ହେଉଛି। ବିଜୟ ତାଙ୍କ ପ୍ରେମକୁ ଖୋଲାଖୋଲି ପ୍ରକାଶ କରିବା ପରେ ସେମାନେ ଏବେ ପ୍ରଶଂସକଙ୍କ ପସନ୍ଦର ଯୋଡ଼ି ପାଲଟିଛନ୍ତି। ଏବେ ଦୁହିଁଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି; ଯାହାକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି। ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ଘରେ ଏକ ଦୀପାବଳି ପାର୍ଟିରେ ତାରକାଙ୍କ ସମାବେଶ ହୋଇଥିଲା। ଏଥିରେ ବି-ଟାଉନର ଅନେକ ବଡ଼ ବଡ଼ ତାରକା ଯୋଗଦେଇଥିଲେ। ତେବେ ପାର୍ଟିରେ ବିଜୟ- ତମନ୍ନାଙ୍କ ଏଣ୍ଟ୍ରି ବେଶ୍‌ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିଛି। ଦୁହେଁ ହାତ ଧରାଧରି ହୋଇ ପାର୍ଟିରେ ଏଣ୍ଟ୍ରି କରିଥିଲେ। ଦୀପାବଳିକୁ ଉପଭୋଗ କରିବାକୁ ଦୁହେଁ ପାରମ୍ପରିକ ଶୈଳୀର ପୋଷାକ ପିନ୍ଧିଥିଲେ। ପାର୍ଟିରେ ଅଧିକାଂଶ ସମୟ ଦୁହେଁ ପରସ୍ପରର ହାତ ଧରାଧରି ହୋଇ ବୁଲୁଥିବାର ମଧ୍ୟ ଦେଖିବାକୁ ମିଳିଥିଲା। ଏଥିସହ ଉଭୟ ଏକାଠି ଦୀପାବଳି ପାଳିଥିଲେ। ତେବେ ତମନ୍ନା ୨୦୦୫ରୁ ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ଅନେକ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଶେଷଥର ପାଇଁ ତାଙ୍କୁ ଫିଲ୍ମ ‘ବନ୍ଦ୍ରା’ରେ ଦେଖିବାକୁ ମିଳିଥିଲା। ଆଗକୁ ତାଙ୍କ ହାତରେ ୨ଟି ଫିଲ୍ମ ମଧ୍ୟ ରହିଛି। ଏଥିସହ ସେ ଟେଲିଭିଜନ ଏବଂ କିଚି ମ୍ୟୁଜିକ୍‌ ଭିଡିଓରେ ମଧ୍ୟ ନଜରକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri