ଚାଷ ସାରି ଘରକୁ ଫେରୁଥିଲେ ବିଜୟ, ନଦୀରେ ଭାସିଗଲେ: ଆଉ ତା’ପରେ…

ଭଞ୍ଜନଗର,୭।୧୦(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବଦାଙ୍ଗିର ବିଜୟ କୁମାର ସାହୁ (୫୦) ଗ୍ରାମ ନିକଟ ନଦୀରେ ଭାସି ଯାଇ ମୃତ୍ୟୁବରଣ କରିଛନ୍ତି । ମଙ୍ଗଳବାର ସକାଳେ ପୋଲିସ ବିଜୟଙ୍କ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦେଇଛି। ଏନେଇ ତାରସିଂ ଥାନାରେ ୨୧/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

ଘଟଣାରୁ ପ୍ରକାଶ ଯେ, ସୋମବାର ସନ୍ଧ୍ୟାରେ ବିଜୟ ଗ୍ରାମ ନଦୀ ପାର ହୋଇ ଜମିରୁ ଘରକୁ ଫେରୁଥିଲେ। ଏହି ସମୟରେ ସେ ଭାସିଯାଇଥିଲେ। ଏହାପରେ ପରିବାର ଲୋକ ଭଞ୍ଜନଗର ଦମକଳ ବାହୀନିକୁ ସୂଚନା ଦେଇଥିଲେ। ଦମକଳବାହୀନି ଘଟଣାସ୍ଥଳରେ ପହଞ୍ଚି ରାତିରେ ଖୋଜାଖୋଜି କରିଥିଲେ ମଧ୍ୟ ବିଜୟଙ୍କ କୌଣସି ପତ୍ତା ପାଇ ନ ଥିଲେ। ଆଜି ସକାଳେ ଦମକଳ ବାହିନୀ ପୁଣି ଘଟଣାସ୍ଥଳରେ ପହଞ୍ଚି ନଦୀରେ ଖୋଜାଖୋଜି କରିବା ପରେ ମୃତଦେହ ଠାବ କରିଥିଲେ। ଅପରପକ୍ଷେ ରାଜସ୍ବ ନିରୀକ୍ଷକ ମଧ୍ୟ ସୂଚନା ପାଇ ତଦନ୍ତ କରି ଫେରି ଆସିଛନ୍ତି।
ସୂଚନାଯୋଗ୍ୟ ଯେ, ନଦୀରେ ବୁଡ଼ି ମୃତ୍ୟୁବରଣ କଲେ ସରକାର ୪ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରନ୍ତି। ତେଣୁ ଆଗାମୀ ଦିନରେ ବିଜୟଙ୍କ ପରିବାର ମଧ୍ୟ ଉକ୍ତ ସହାୟତା ପାଇବେ।

 

Dharitri is Odisha’s No.1 most trusted Odia daily

 


Enter your email to get our daily news in your inbox.

All Right Reserved By Dharitri.Com

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri