ପ୍ରତ୍ୟୁଷାଙ୍କୁ ଏବେ ବିବାହ କରିପାରିବେନି ବିଜୟଶଙ୍କର

କଟକ,୬।୧୨(କାର୍ତ୍ତିକ ସାହୁ):ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ବିବାହ ପଞ୍ଜୀକରଣ ଆବେଦନକୁ ମଙ୍ଗଳବାର କଟକସ୍ଥିତ ବିବାହ ପଞ୍ଜୀକରଣ ଅଧିକାରୀ ଖାରଜ କରିଛନ୍ତି। ଆବେଦନପତ୍ରରେ ଭୁଲ୍‌ ତଥ୍ୟ ଦେଇଥିବାରୁ ସହପାଠିନୀ ପ୍ରତ୍ୟୁଷା ନନ୍ଦଙ୍କୁ ବିଜୟ ଏବେ ବିବାହ କରିପାରିବେ ନାହିଁ ବୋଲି ଦର୍ଶାଇ ଆବେଦନ ଖାରଜ ହୋଇଯାଇଛି। ଆବେଦନରେ ପ୍ରତ୍ୟୁଷା ଅବିବାହିତା ବୋଲି ଦର୍ଶାଯାଇଥିଲା। ହେଲେ ସେ ବିବାହ କରି ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେଇସାରିଛନ୍ତି, ଯାହାକି ଆବେଦନପତ୍ରରେ ଉଲ୍ଲେଖ ନ ଥିଲା। ବିବାହ ପଞ୍ଜୀକରଣ ଅଧିକାରୀଙ୍କ ଏଭଳି ନିର୍ଦ୍ଦେଶ ପରେ ବିଜୟଙ୍କ ବିବାହ ଅଡ଼ୁଆ ବଢ଼ିଯାଇଛି। ଅପରପକ୍ଷରେ ବିଜୟଶଙ୍କରଙ୍କ ବିବାହ ଆବେଦନ ଖାରଜ ହୋଇଯିବା ପରେ ପୂର୍ବତନ ବାନ୍ଧବୀ ସୋମାଲିକା ଦାଶ ସାମୟିକ ଭାବେ ଆଶ୍ୱସ୍ତି ପାଇଛନ୍ତି।
ସୂଚନା ଅନୁସାରେ, ବିଧାୟକ ବିଜୟଶଙ୍କର ଦାସ କଟକ ଅରୁଣୋଦୟ ନଗର ଅଞ୍ଚଳର ମହିଳା ପ୍ରତ୍ୟୁଷା ନନ୍ଦଙ୍କୁ ବିବାହ ନିମନ୍ତେ କଟକସ୍ଥିତ ବିବାହ ପଞ୍ଜୀକରଣ ଅଧିକାରୀ(ସବରେଜିଷ୍ଟ୍ରାର)ଙ୍କ ନିକଟରେ ଗତ ସେପ୍ଟେମ୍ବର ୨୧ରେ ଆବେଦନ କରିଥିଲେ। ବିଜୟଶଙ୍କରଙ୍କ ପୂର୍ବତନ ବାନ୍ଧବୀ ସୋମାଲିକା ଏହା ଜାଣିବା ପରେ ପଞ୍ଜୀକରଣ ଅଧିକାରୀଙ୍କୁ ଭେଟି ବିଜୟଶଙ୍କରଙ୍କ ବିବାହ ଆବେଦନ ରଦ୍ଦ କରିବାକୁ ଦାବି କରିଥିଲେ। ବିଜୟଶଙ୍କର ତାଙ୍କ ଆବେଦନରେ ପ୍ରତ୍ୟୁଷା ନନ୍ଦଙ୍କୁ ଅବିବାହିତ ବୋଲି ଦର୍ଶାଇଥିଲେ। ମାତ୍ର ପ୍ରତ୍ୟୁଷା ଅବିବାହିତା ନୁହନ୍ତି, ବିବାହିତା ଓ ସେ ତାଙ୍କ ପୂର୍ବତନ ସ୍ବାମୀଙ୍କଠାରୁ ଛାଡ଼ପତ୍ର ପାଇଛନ୍ତି ବୋଲି ସୋମାଲିକା ଅଧିକାରୀଙ୍କୁ ଅବଗତ କରାଇ ବିଜୟଶଙ୍କର ଆବେଦନରେ ଭୁଲ ତଥ୍ୟ ଦେଇଥିବା ଦର୍ଶାଇଥିଲେ। ଏହାକୁ ନେଇ ପଞ୍ଜୀକରଣ ଅଧିକାରୀ ପ୍ରତ୍ୟୁଷାଙ୍କ ବିବାହ ସଂକ୍ରାନ୍ତୀୟ ପ୍ରମାଣ ଦାଖଲ କରିବାକୁ ସୋମାଲିକାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ପଞ୍ଜୀକରଣ ଅଧିକାରୀ ତଥ୍ୟ ପ୍ରମାଣକୁ ଯାଞ୍ଚ କରି ବିଜୟଶଙ୍କର ଓ ପ୍ରତ୍ୟୁଷାଙ୍କ ସ୍ବାମୀଙ୍କୁ ହାଜର ହେବା ପାଇଁ ନୋଟିସ କରିଥିଲେ। ପ୍ରତ୍ୟୁଷାଙ୍କ ବିବାହ ସଂକ୍ରାନ୍ତୀୟ ପ୍ରମାଣ ସୋମାଲିକା ଦାଖଲ କରିଥିଲେ। ମାତ୍ର ବିଜୟଶଙ୍କର ହାଜର ହୋଇ ନ ଥିଲେ। ସେହିପରି ପ୍ରତ୍ୟୁଷା ନନ୍ଦଙ୍କ ପୂର୍ବତନ ସ୍ବାମୀ ପଞ୍ଜୀକରଣ ଅଧିକାରୀଙ୍କ ନିକଟରେ ହାଜର ହୋଇ ଛାଡ଼ପତ୍ର ଦଲିଲ ଦାଖଲ କରିଥିଲେ। ପୂର୍ବରୁ ପ୍ରତ୍ୟୁଷାଙ୍କ ସହ ତାଙ୍କର ବିବାହ ହୋଇଥିଲା ଓ ପରେ ଉଭୟଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହୋଇସାରିଥିବା ସେ ପଞ୍ଜୀକରଣ ଅଧିକାରୀଙ୍କୁ ଅବଗତ କରାଇଥିଲେ। ସୋମାଲିକା ଓ ପ୍ରତ୍ୟୁଷାଙ୍କ ସ୍ବାମୀଙ୍କ ପ୍ରଦତ୍ତ ପ୍ରମାଣ ଆଧାରରେ କଟକ ବିବାହ ପଞ୍ଜୀକରଣ ଅଧିକାରୀ ମଙ୍ଗଳବାର ପ୍ରତ୍ୟୁଷାଙ୍କୁ ବିଜୟଶଙ୍କର ଏବେ ବିବାହ କରିପାରିବେ ନାହିଁ ବୋଲି ରାୟ ଶୁଣାଇ ଦେଇଛନ୍ତି। ଏନେଇ ବିଧାୟକ ବିଜୟଶଙ୍କରଙ୍କୁ ତାଙ୍କ ମୋବାଇଲ ନମ୍ବରରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ଅପରପକ୍ଷରେ ସୋମଲିକାଙ୍କ କହିବା ହେଲା, ବିଜୟଶଙ୍କର ଏବଂ ପ୍ରତ୍ୟୁଷାଙ୍କ ବିବାହ ସ୍ଥଗିତ ହୋଇଛି। ଆଡ୍‌ଭୋକେଟଙ୍କ ସହ ଆଲୋଚନା କରିବା ପରେ ପରବର୍ତ୍ତୀ ପଦକ୍ଷେପ ନେବି ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ବିଧାୟକ ବିଜୟଶଙ୍କର ତାଙ୍କ ପୂର୍ବତନ ବାନ୍ଧବୀ ସୋମାଲିକା ଦାସଙ୍କୁ ବିବାହ କରିବା ପାଇଁ ୨୦୨୨ ମେ’ ୧୭ରେ ଜଗତ୍‌ସିଂହପୁର ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ଏହାପରେ ଜୁନ୍‌ ୧୭ରେ ଉଭୟ ଉପସ୍ଥିତ ରହି ବିବାହ କରିଥାନ୍ତେ। ହେଲେ ସୋମାଲିକା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ଥିବାବେଳେ ବିଜୟଶଙ୍କର ଉପସ୍ଥିତ ହୋଇ ନ ଥିଲେ। ପରବର୍ତ୍ତୀ ସମୟରେ ସୋମାଲିକା ଜଗତ୍‌ସିଂହପୁର ଥାନାରେ ଯୌନ ନିର୍ଯାତନା ଓ ବଳାତ୍କାର ମାମଲା ଦାଏର କରିଥିଲେ। ତେବେ ଏହି ଘଟଣାରେ ପୋଲିସ ତତ୍ପରତା ନ ଦେଖାଇବାରୁ ସୋମାଲିକା ସ୍ଥାନୀୟ କୋର୍ଟଙ୍କ ଦ୍ୱାରସ୍ଥ ମଧ୍ୟ ହୋଇଥିଲେ। ଏହାକୁ ନେଇ ରାଜନୈତିକ ହଟଚମଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?