Posted inଜାତୀୟ

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ଶେୟାର ମଧ୍ୟ କରିଛି। ସିଜେପିର ଅଧିକାରୀକ ଆକାଉଣ୍ଟରୁ କୁହାଯାଇଛି ଯେ ସେମାନେ ନିଜର ମୁଖପାତ୍ର ବିଜେତା ଦହିୟାଙ୍କ ଅତ୍ୟନ୍ତ ଅସମ୍ବେଦନଶୀଳ ବ୍ୟବହାରକୁ କଡ଼ା ନିନ୍ଦା କରୁଛନ୍ତି।

କକ୍ରୋଚ ଜନତା ପାର୍ଟି କହିଛି ଯେ ବିଜେତାଙ୍କ ଭିଡିଓ ସେତେବେଳେ ସାମ୍ନାକୁ ଆସିଥିଲା ଯେତେବେଳେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନକାରୀ ଏବଂ ସିଜେପିର ଟିମ ପୋଲିସର ବର୍ବର ହିଂସାର ସମ୍ମୁଖୀନ ହେଉଥିଲେ। ଏଭଳି ବ୍ୟବହାର ଗ୍ରହଣୀୟ ନୁହେଁ, ଏହା ବୁଦ୍ଧିମତ୍ତାର ସମ୍ପୂର୍ଣ୍ଣ ଅଭାବକୁ ଦର୍ଶାଉଛି ଏବଂ ଆନ୍ଦୋଳନର ମୂଲ୍ୟବୋଧ ଏବଂ ନୀତିଗୁଡ଼ିକର ସମ୍ପୂର୍ଣ୍ଣ ବିରୁଦ୍ଧ ଅଟେ। ଏହାର ଜବାବରେ ବିଜେତା ଦହିୟାଙ୍କୁ ‘କକ୍ରୋଚ ଜନତା ପାର୍ଟି’ର ମୁଖପାତ୍ର ପଦରୁ ହଟାଇ ଦିଆଯାଉଛି। ତାଙ୍କୁ ସମସ୍ତ ଅଧିକାରୀକ ଦାୟିତ୍ୱରୁ ମୁକ୍ତ କରାଯାଉଛି।

ପ୍ରକୃତରେ, ଜୁଲାଇ ୨୦ ତାରିଖରେ କକ୍ରୋଚ ଜନତା ପାର୍ଟି ପକ୍ଷରୁ ‘ସଂସଦ ଚାଲୋ ମାର୍ଚ୍ଚ’ର ଆୟୋଜନ କରାଯାଇଥିଲା। ଏଥିରେ ହଜାର ହଜାର ସଂଖ୍ୟାରେ ଲୋକ ଏକାଠି ହୋଇ ସଂସଦ ପର୍ଯ୍ୟନ୍ତ ମାର୍ଚ୍ଚ କରିଥିଲେ। ଏହି ସମୟ ମଧ୍ୟରେ ବିଜେତା ଦହିୟାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଥିଲା, ଯେଉଁଥିରେ ବିଜେତା ପ୍ରୋଟେଷ୍ଟ ଛାଡ଼ି ବର୍ଗର ଖାଉଥିବାର ନଜର ଆସୁଥିଲେ। ଏହାପରେ ଆଉ ଏକ ଭିଡିଓ ସାମ୍ନାକୁ ଆସିଥିଲା, ଯେଉଁଥିରେ ଦୁଇଜଣ ପୁଅ ବିଜେତାଙ୍କୁ ପ୍ରଶ୍ନ ପଚାରୁଥିଲେ ଏବଂ ବିଜେତା କିଛି ନ କହି ନିରବ ରହି ଠିଆ ହୋଇଥିଲେ। ପରେ ବିଜେତା ଏକ ଭିଡିଓ ଜାରି କରି କହିଥିଲେ ଯେ ସେ ପ୍ରୋଟେଷ୍ଟ ପରେ ଗାଧୋଇବା ପାଇଁ ଘରକୁ ଚାଲିଯାଇଥିଲେ ଏବଂ ତାଙ୍କୁ ଭୋକ ଲାଗିଥିଲା।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri