କଳା ଚଷମା ପିନ୍ଧିଥିଲେ ବିକାଶ ଦିଶିବ ନାହିଁ କାହିଁକି ଏମିତି କହିଲେ ବିଧାୟିକା

ଯାଜପୁର,୩।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ପୌରପାଳିକା ପକ୍ଷରୁ ଶନିବାର ଗୌତମ ବୁଦ୍ଧ ସଂସ୍କୃତି ଭବନରେ ଅନୁଷ୍ଠିତ ସ୍ବାୟତ୍ତ ଶାସନ ଦିବସ ପାଳନ କାର୍ଯ୍ୟକ୍ରମରେ ଏମ୍‌ପି ରବୀନ୍ଦ୍ର ନାରାୟଣ ବେହେରା ଏବଂ ଯାଜପୁର ବିଧାୟିକା ସୁଜାତା ସାହୁଙ୍କ ମଧ୍ୟରେ କଥା କଟାକଟି ଦେଖିବାକୁ ମିଳିଥିଲା। ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ଯାଜପୁର ବିଧାୟିକା ସାହୁ ପ୍ରଥମେ ଯାଜପୁର ପୌରପାଳିକାର ଐତିହ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ବିଜେଡି ସରକାରଙ୍କ ଗୁଣଗାନ କରି ପୂର୍ବତନ ବିଧାୟକ ପ୍ରଣବପ୍ରକାଶ ଦାସଙ୍କ ବିଭିନ୍ନ କୀର୍ତ୍ତି ବିଷୟରେ ଆଲୋଚନା କରିବା ସହ ସରକାରୀ ଦଳ କଳା ଚଷମା ପିନ୍ଧି ବିକାଶକୁ ଦେଖିପାରୁନି ବୋଲି କହିଥିଲେ। ଏପରି କି ପୂର୍ବତନ ବିଧାୟକଙ୍କ ଅମଳରେ ଅନେକ ଉନ୍ନତିମୂଳକ କାର୍ଯ୍ୟ ହୋଇଛି। ଯାଜପୁର ସହର ନୂଆ ରୂପରେ ଉଭା ହୋଇପାରିଛି ବୋଲି ସେ କହିଥିଲେ। ଏହାପରେ ମୁଖ୍ୟ ଅତିଥି ଏମ୍‌ପି ବେହେରା ଭାଷଣ ଦେଇ ବିଧାୟିକା ସାହୁଙ୍କ କଥାର ଜବାବ ଦେଇଥିଲେ। ରାଜ୍ୟ ସରକାର ସମଗ୍ର ଓଡ଼ିଶାର ବିକାଶ ଚାହୁଁଛନ୍ତି। ଯାଜପୁର ପୌରପାଳିକାରେ ଆଗକୁ ମଧ୍ୟ ଅନେକ ବିକାଶମୂଳକ କାର୍ଯ୍ୟ ହେବ। ହେଲେ ଯାଜପୁରରେ ବିଗତ ସରକାର ସମୟରେ ଯେତିକି ବିକାଶମୂଳକ କାର୍ଯ୍ୟ ହୋଇଛି, ତାହାଠୁ ଅଧିକ ଦୁର୍ନୀତି ହୋଇଛି। ସାରା ଓଡ଼ିଶାରେ ଯାଜପୁର ଦୁର୍ନୀତିରେ ସର୍ବାଗ୍ରେ ରହିବ। ଆଗାମୀ ଦିନରେ କଳା ଚଷମାର ଆବଶ୍ୟକତା ନାହିଁ, ସମସ୍ତେ ଧଳା ଚଷମା ପିନ୍ଧି ସବୁ ଦେଖିପାରିବେ ବୋଲି ଏମ୍‌ପି ବେହେରା କହିଥିଲେ। ଏମ୍‌ପି ଓ ବିଧାୟିକାଙ୍କର ଏଭଳି କଥା କଟାକଟିକୁ ନେଇ ଉପସ୍ଥିତ ଜନସାଧାରଣଙ୍କ ମଧ୍ୟରେ ଆଲୋଡ଼ନ ସୃଷ୍ଟି ହୋଇଥିଲା। ଏହା ଏବେ ଚର୍ଚ୍ଚାର ବିଷୟ ହୋଇଛି। କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ରଞ୍ଜୁଲତା ହୋତା, ଜିଲାପାଳ ପି. ଅନ୍ବେଷା ରେଡ୍ଡୀ, ଉପଜିଲାପାଳ ଅଂଶୁମାନ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri