ଭୁବନେଶ୍ୱର, ୮ା୧୦(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପୂର୍ବତନ ରଣଜୀ ଟ୍ରଫି କ୍ରିକେଟର ବର୍ତ୍ତମାନ ସିନିୟର ଚୟନ କମିଟି ସଦସ୍ୟ ବିକାଶ ସ୍ବରୂପ ପତି ବିସିସିଆଇ (ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ) ମ୍ୟାଚ ରେଫରି ହୋଇଛନ୍ତି। ବିସିସିଆଇ ପକ୍ଷରୁ ମ୍ୟାଚ ରେଫରି କୋର୍ସ ପରୀକ୍ଷା ସେପ୍ଟେମ୍ବର ୫ ଓ ୬ ତାରିଖରେ ବେଙ୍ଗାଲୁରୁଠାରେ ଅନୁଷ୍ଠିତ ହୋଇଥିଲା। ଏହି ପରୀକ୍ଷାରେ ୧୪ ଜଣ ପାସ୍ କରି ବିସିସିଆଇ ମ୍ୟାଚ ରେଫରି ପ୍ୟାନେଲରେ ସାମିଲ ହୋଇଛନ୍ତି। ୧୪ ଜଣଙ୍କ ମଧ୍ୟରୁ ବିକାଶ ୮୦.୫ ପ୍ରତିଶତ ନମ୍ବର ସହ ୮ମ ର଼୍ୟାଙ୍କ୍ ପାଇଥିଲେ। ବିକାଶ ହେଉଛନ୍ତି ଓଡ଼ିଶାର ୫ମ ବିସିସିଆଇ ମ୍ୟାଚ ରେଫରି। ଏହି ଏଲିଟ ତାଲିକାରେ ପୂର୍ବରୁ ପ୍ରଶାନ୍ତ ମହାପାତ୍ର, ସଞ୍ଜୟ ରାଉଳ, ପି. ଜୟଚନ୍ଦ୍ର ଓ ଶିବସୁନ୍ଦର ଦାସ ରହିଛନ୍ତି। ଶିବସୁନ୍ଦର ଏବେ କୋଚ୍ଭାବେ କାର୍ଯ୍ୟରତ। ବିକାଶ ସ୍ବରୂପଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ଅଭିନନ୍ଦନ ଜଣାଇଛନ୍ତି।
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର
ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…
ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…
ଚାଲିଛି ଆଇପିଏଲ ସିଜନ୍: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ
ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…
ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…
ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…
ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…
ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …
ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର
ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…
F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ
ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…
Archives

