ସରକାରଙ୍କ ଯୋଜନା ବଖାଣୁଛି ବିକାଶ ରଥ

ରିଷିଡ଼ା,୧୪।୬(ସୁଶାନ୍ତ ମଲ୍ଲିକ): ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହନ ରଥ ଶନିବାର ରିଷିଡ଼ାରେ ପହଞ୍ଚି ଥିଲା। ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ରଥକୁ ସ୍ବାଗତ କରାଯାଇଥିଲା। ଏହି ଅବସରରେ ଏଲ୍‌ଇଡି ମାଧ୍ୟମରେ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଲୋକଙ୍କୁ ସଚେତନ କରାଯାଇଥିଲା।

ଏହି ଅବସରରେ ଆୟୋଜିତ ସଭାରେ ସରପଞ୍ଚ ସେବତୀ ରଣା ସଭାପତିତ୍ୱ କରିଥିବା ବେଳେ ନାଏକ ସରପଞ୍ଚ ନରେଶ ଦାଶ, ବନ ବିଭାଗର ସତ୍ୟଭାମା ନାଏକ ସାଇଚନ୍ଦନ ନାଏକ, ଟୁନୁ ଛତିଆ, ପଶୁସମ୍ପଦ ବିଭାଗର ସୁବଳୟା ମଞ୍ଜରୀ ବଲିୟାର ସିଂ, କୃଷି ବିଭାଗରୁ ପ୍ରିତିସ୍ବିନୀ ରାଉତରାୟ, ସ୍ବାସ୍ଥ୍ୟ ବିଭାଗରୁ ଜଟିଲା ମଞ୍ଜରୀ ଲେଙ୍କା, ଆଇସିଡିଏସ୍‌ ପକ୍ଷରୁ ସୁବ୍ରତ ରଣା ପ୍ରମୁଖ ଯୋଗଦେଇ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ କହିବା ସହ ଜନସାଧାରଣ କିପରି ଏହାର ଲାଭ ଉଠାଇପାରିବେ ସେ ନେଇ ଅବଗତ କରିଥିଲେ।

ପିଇଓ ଦେବରାଜ ରଣା ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ନରୋତ୍ତମ ସେଲମା ସଭା ସଂଯୋଜନା କରିଥିଲେ। ମଞ୍ଚରେ ଭାଜପା ନେତା ସଞ୍ଜୟ ଜୈନ, ସିତାରାମ ରଣା ମଞ୍ଚାସୀନ ଥିଲେ। ଏହି ଅବସରରେ ବିଭିନ୍ନ ହିତାଧିକାରୀଙ୍କୁ ଗୃହ କାର୍ଯ୍ୟଦେଶ, ରାଶନ କାର୍ଡ, ଭତ୍ତା ଆଦି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri