ଇଣ୍ଡିଆ ବୁକ ଅଫ ରେକର୍ଡସରେ ସ୍ଥାନିତ ହେଲା ବିକାଶ ଆବାସିକ ବିଦ୍ୟାଳୟ: ଜାଣନ୍ତୁ କାହିଁକି

ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟ ଏକ ନୂତନ କୀର୍ତ୍ତିମାନ ହାସଲ କରିବାରେ ସଫଳ ହୋଇଛି। ଚଳିତ ବର୍ଷ ଅଗଷ୍ଟ ୧ ତାରିଖ ‘ସମ୍ବଲପୁରୀ ଦିନ’ ପାଳନ ଅବସରରେ ଅନୁଷ୍ଠାନର ତିନିଶହରୁ ଉଦ୍ଧର୍‌ବ ଛାତ୍ରୀଛାତ୍ରଙ୍କୁ ନେଇ ସାମୁହିକ ସମ୍ବଲପୁରୀ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ‘ଇଣ୍ଡିଆ ବୁକ ଅଫ ରେକର୍ଡସ’ରେ ସ୍ଥାନିତ କରିବା ପାଇଁ ପଠାଯାଇଥିଲା।

ଏହାର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବା ପାଇଁ ସୋମବାର ଇଣ୍ଡିଆ ବୁକ ଅଫ ରେକର୍ଡସର ପ୍ରତିନିଧି ଡ଼. ବିଭୁତି ବାରିକ ବିକାଶ ଆବାସିକ ବିଦ୍ୟାଳୟକୁ ଆସିଥିଲେ। ସେଠାରେ ପୁଣି ଥରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାମୁହିକ ସମ୍ବଲପୁରୀ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା। ଯାହାକୁ ଦେଖି ଇଣ୍ଡିଆ ବୁକ ଅଫ ରେକର୍ଡସର ପ୍ରତିନିଧି ଖୁସିବ୍ୟକ୍ତ ହେବା ସହ ଇଣ୍ଡିଆ ବୁକ୍‌ ଅଫ ରେକର୍ଡସରେ ଏହି ସାମୁହିକ ସମ୍ବଲପୁରୀ ନୃତ୍ୟ ସ୍ଥାନିତ ହେଲା ବୋଲି ଘୋଷଣା କରିଥିଲେ। ପରେ ବିକାଶ ଆବାସିକ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ମାନପତ୍ର ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟର ପୁର୍ବତନ ଅଧ୍ୟକ୍ଷ ଡ଼.ଅଜୟ ମିଶ୍ର, ଭବାନୀପାଟଣା ସାନ୍ଧ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼.ପରମେଶ୍ୱର ମୁଣ୍ଡ, ଓଡିଶା ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନର ନିର୍ଦ୍ଦେଶକ ଡି.ଶ୍ୟାମ, ଅନ୍ୟତମ ନିର୍ଦ୍ଦେଶକ ଡି.ରାମ କୁମାର, ଶିକ୍ଷା ପ୍ରଭାରୀ ଡ଼ି.ବିଜୟା, ପରିଚାଳନା ମଣ୍ଡଳୀ ସଦସ୍ୟା ଡ଼ି. ପଦ୍ମିନୀ, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷା ସୁଶ୍ରୀ ଆରତୀ ମିଶ୍ର, ଉପାଧ୍ୟକ୍ଷ ନାରାୟଣ ମହାନ୍ତି, ଲକ୍ଷ୍ମୀ ବିକାଶ ଟେକ୍ନୋ ସ୍କୁଲ କଣ୍ଟାବାଞ୍ଜି ଅଧ୍ୟକ୍ଷ ବିଶ୍ବରଞ୍ଜନ ରାୟ ପ୍ରମୁଖ ଯୋଗଦେଇ ଥିଲେ।

ଅଧ୍ୟକ୍ଷା ସୁଶ୍ରୀ ଆରତୀ ମିଶ୍ର ସ୍ବାଗତ ବକ୍ତବ୍ୟ ଓ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ। ବିଶିଷ୍ଟ ଶିକ୍ଷାବିତ୍‌ ଡ଼.ଅଜୟ ମିଶ୍ର ଅଗଷ୍ଟ ୧ରେ ଅନୁଷ୍ଠିତ ହୋଇଥିବା ଉତ୍ସବରର ସ୍ମୃତି ଚାରଣ କରିଥିଲେ। ଅଧ୍ୟକ୍ଷ ଡ଼. ପରମେଶ୍ୱର ମୁଣ୍ଡ କଳାହାଣ୍ଡିର ଉତ୍କୃଷ୍ଟ କଳାକୁ ଆଗାମୀ ଦିନରେ ବିଶ ଦରବାରରେ ଉପସ୍ଥାପନ କରିବା ନେଇ ମତ ପ୍ରଦାନ କରିଥିଲେ। ଶିକ୍ଷା ପ୍ରଭାରୀ ଡି.ବିଜୟା ଓ ନିର୍ଦ୍ଦେଶକ ଡି.ରାମ କୁମାର ଅନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରୀଛାତ୍ର ଉକ୍ତ କାର୍ଯ୍ୟକ୍ରମ ନିମନ୍ତେ କିପରି କଠୋର ପରିଶ୍ରମ କରିଛନ୍ତି, ଯାହାର ଫଳ ଆଜି ପ୍ରାପ୍ତ ହୋଇଛି ବୋଲି ପ୍ରକାଶ କରିଥିଲେ। ସେହିପରି ବିକାଶ ଇନଷ୍ଟିଚ୍ୟୁସନ ପକ୍ଷରୁ ଇଣ୍ଡିଆ ବୁକ ଅଫ ରେକର୍ଡସର ପ୍ରତିନିଧି ଡ଼.ବିଭୂତି ବାରିକ, ସଙ୍ଗୀତ ଶିକ୍ଷକ ଗଣେଶ ପୃଷ୍ଟି, ନୃତ୍ୟ ଗୁରୁ ଶତାବ୍ଦୀ ନାୟକ ଓ ସିଦ୍ଧେଶର ବେହେରାଙ୍କୁ ଉପଢ଼ୌକନ ମାନପତ୍ର ଓ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରାଯାଇଥିଲା। ପରିଶେଷରେ ରିଙ୍କି ଶୁକ୍ଳା ଧନ୍ୟବାଦ ଦେଇଥିଲେ। ଇଣ୍ଡିଆ ବୁକ ଅଫ ରେକର୍ଡସକୁ ନେଇ ଅନୁଷ୍ଠାନରେ ଖୁସିର ଲହରୀ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri