ବିକାଶ ଆବାସିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ଦେଲା ସଫଳତା

ଭବାନୀପାଟଣା,୧୫।୫(ଉତ୍ତମ କୁମାର ଦାଶ): ପ୍ରକାଶିତ ସିବିଏସଇ ଦ୍ଵାଦଶ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ର ଓ ଅଭିଭାବକ ମାନଙ୍କୁ ନେଇଁ ଶୁକ୍ରବାର ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟରେ
ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନସର ନିର୍ଦ୍ଦେଶକ ଡି ଶ୍ୟାମ , ନିର୍ଦ୍ଦେଶକ ଡି ରାମ କୁମାର ଯୋଗ, ସମ୍ମାନିତ ଅତିଥି ଭାବେ ଅନୁଷ୍ଠାନର ମୁଖ୍ୟ ଶିକ୍ଷା ଅଧିକାରୀ ଡି ବିଜୟା , ଡି ପଦ୍ମିନୀ, ପ୍ରିନ୍ସିପାଲ କମ ମୁଖ୍ୟ ପ୍ରଶାସକ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ଯକ୍ଷା ଆରତୀ ମିଶ୍ର, ଉପାଧ୍ୟକ୍ଷ ନାରାୟଣ ମହାନ୍ତି ଙ୍କ ସମେତ ଅନୁଷ୍ଠାନର ସମସ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଯୋଗଦେଇଥିଲେ ।

ପ୍ରକାଶ ଯେ, ସିବିଏସଇ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଅନୁଷ୍ଠାନରୁ ବିଜ୍ଞାନରେ ସର୍ବମୋଟ ୧୬୦ ଜଣ ଛାତ୍ରୀ ଛାତ୍ର ପରୀକ୍ଷା ଦେଇଥିବା ବେଳେ ୯୫% ରୁ ଉର୍ଦ୍ଧ୍ବ ୨ ଜଣ ୯୦% ପ୍ରତିଶତରୁ ଉର୍ଦ୍ଧ୍ବ ୮ ଜଣ ୮୦% ରୁ ଉର୍ଦ୍ଧ୍ବ ୪୧ ଜଣ ଥିବା ବେଳେ ୯୯ ଜଣ ୬୦% ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ଶିଳା ନୟନ ୯୫.୬% ପ୍ରତିଶତ ନମ୍ବର ରଖି ଜିଲା ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି । ସେହିପରି ବାଣିଜ୍ୟ ବିଭାଗରେ ମୋଟ ୩୫ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪ ଜଣ ଛାତ୍ର ୯୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ୨୯ ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ମୟଙ୍କ ଅଗ୍ରୱାଲ ସର୍ବାଧିକ ୯୭% ପ୍ରତିଶତ ନମ୍ବର ରଖି ଜିଲା ଟପ୍ପର ହୋଇଛନ୍ତି। ଏହି ଅବସରରେ ୮୦% ପ୍ରତିଶତରୁ ଊର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ଥିବା ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ଅନୁଷ୍ଠାନ ତରଫରୁ ସମ୍ମାନୀତ କରାଯାଇଥିଲା । ବିକାଶ ଶିକ୍ଷାନୁଷ୍ଠାନର ଗୁଣାତ୍ମକ ଶିକ୍ଷା ଓ ଅଧ୍ୟବସାୟ ଯୋଗୁଁ ବିଦ୍ୟାର୍ଥୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିବା ସହ କଳାହାଣ୍ଡି ଜିଲାର ମାନବୃଦ୍ଧି କରିଥିବା ଅନୁଷ୍ଠାନର ନିର୍ଦ୍ଦେଶକ ଡି ଶ୍ୟାମ ପ୍ରକାଶ କରିଛନ୍ତି । ଉପସ୍ଥିତ ଛାତ୍ରୀଛାତ୍ର ମାନେ ପରୀକ୍ଷା ଫଳାଫଳକୁ ନେଇ ଖୁସି ବ୍ୟକ୍ତ କରିବା ସହ ବିକାଶ ଶିକ୍ଷାନୁଷ୍ଠାନରେ ବିତେଇଥିବା ଦୁଇ ବର୍ଷର ସୁନ୍ଦର ଅଭିଜ୍ଞତାକୁ ବର୍ଣ୍ଣନା କରି ଭାବବିହ୍ୱଳ ହୋଇ ପଡ଼ିଥିଲେ । ଛାତ୍ରୀ ଛାତ୍ରଙ୍କ ଏହି ଉଲ୍ଲେଖନୀୟ ସଫଳତାରେ ଅଭିଭାବକ ମାନେ ଖୁସି ବ୍ୟକ୍ତ କରିବା ସହ ଅନୁଷ୍ଠାନର ନିର୍ଦ୍ଦେଶକ, ଅଧ୍ୟକ୍ଷ ତଥା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?