ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)- ସିବିଏସ୍ଇ ଦ୍ଵାଦଶ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ହାସଲ କରି ଜିଲାରେ ଚମକଛନ୍ତି। ବିଜ୍ଞାନ ବିଭାଗରେ ମୋଟ ୧୬୦ ଜଣ ଛାତ୍ରୀ ଛାତ୍ରପରୀକ୍ଷା ଦେଇଥିବା ବେଳେ ପାସ୍ ହାର ଶତ ପ୍ରତିଶତ ରହିଛି । ୯୫% ରୁ ଉର୍ଦ୍ଧ୍ବ ୨ ଜଣ, ୯୦%ରୁ ଉର୍ଦ୍ଧ୍ବ ୮ ଜଣ ୮୦% ରୁ ଉର୍ଦ୍ଧ୍ବ ୪୧ ଜଣ ଥିବା ବେଳେ ୯୯ ଜଣ ଛାତ୍ର ଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଜ୍ଞାନ ବିଭାଗରେ ସର୍ବୋଚ୍ଚ ହାର ୯୫.୬% ନମ୍ବର ରଖି ଶିଳା ନୟନ କୁମାର ଜିଲା ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ।
ସେହିପରି ବାଣିଜ୍ୟ ବିଭାଗରେ ମୋଟ ୩୫ ଜଣ ପରୀକ୍ଷା ଦେଇଥିବା ବେଳେ ପାସ୍ ହାର ଶତ ପ୍ରତିଶତ ରହିଛି। ମୟଙ୍କ ଅଗ୍ରୱାଲ ସର୍ବୋଚ୍ଚ ୯୭% ପ୍ରତିଶତ ନମ୍ବର ରଖି ଜିଲା ଟପ୍ପର ହୋଇଛନ୍ତି। ୪ ଜଣ ଛାତ୍ର ୯୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ୨୯ ଜଣ ଛାତ୍ର ଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ରୀଛାତ୍ର ମାନଙ୍କର ଏହି ସଫଳତାରେ ଲକ୍ଷ୍ମୀ ବିକାଶ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସ ର ଚେୟାରମ୍ୟାନ ଡି ନାଗେଶ୍ୱର ରାଓ, ନିର୍ଦ୍ଦେଶକ ଡି ଶ୍ୟାମ, ନିର୍ଦ୍ଦେଶକ ଡି ରାମ କୁମାର, ମୁଖ୍ୟ ଶିକ୍ଷା ଅଧିକାରୀ ଡି ବିଜୟା, ଡି ପଦ୍ମିନୀ , ପ୍ରିନସପାଲ୍ କମ ମୁଖ୍ୟ ପ୍ରଶାସକ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ଯକ୍ଷା ଆରତୀ ମିଶ୍ର, ଉପାଧ୍ୟକ୍ଷ ନାରାୟଣ ମହାନ୍ତି, ଉପାଧ୍ୟକ୍ଷ ପ୍ରସନ୍ନଜିତ ଦତ୍ତ ପ୍ରମୁଖ ଖୁସି ବ୍ୟକ୍ତ କରିବା ସହ ଛାତ୍ର ଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ପରୀକ୍ଷା ଫଳାଫଳକୁ ନେଇ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମହଲରେ ଖୁସିର ଲହରୀ ଖେଳିଯାଇଛି।