ବିସିଏ ସେମିଷ୍ଟର ପରୀକ୍ଷାରେ ବିକାଶର ସଫଳତା: ଶ୍ରେଷ୍ଠ ୧୦ ତାଲିକାରେ ବିଶ୍ୱବିଦ୍ୟାଳୟର ୨୫ ଛାତ୍ରୀଛାତ୍ର

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷର ବିସିଏ ଷଷ୍ଠ ସେମିଷ୍ଟର-୨୦୨୫ ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ବରଗଡ଼ସ୍ଥିତ ବିକାଶ ସ୍କୁଲ ଅଫ୍‌ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟ କଲେଜର ବିସିଏ ବିଭାଗର ୨୫ଜଣ ଛାତ୍ରୀଛାତ୍ର ବିଶ୍ୱବିଦ୍ୟାଳୟର ଶ୍ରେଷ୍ଠ ଦଶ ତାଲିକାରେ ସ୍ଥାନ ପାଇଛନ୍ତି। ଉକ୍ତ ଶିକ୍ଷାନୁଷ୍ଠାନର ଭୂପେଶ ପାଣିଗ୍ରାହୀ ଏବଂ ସ୍ବସ୍ତି ଦାଶ ୧୦ ଏସ୍‌ଜିପିଏ ସହିତ ପ୍ରଥମ ର଼୍ୟାଙ୍କ ରଖିଛନ୍ତି। ସେହିପରି ଆକାଂକ୍ଷା ଗିରି, ଦେବ ପ୍ରସନ୍ନ ନାୟକ, ବିକାଶ ବହିଦାର, ଶିବମ୍‌ ସାହୁ ୯.୭୫ ଏସ୍‌ଜିପିଏ ରଖି ଦ୍ୱିତୀୟ ଏବଂ ସ୍ବାଗତ ପ୍ରଧାନ ୯.୫ ଏସ୍‌ଜିପିଏ ରଖି ତୃତୀୟ ସ୍ଥାନରେ ରହିଛନ୍ତି। ଅନ୍ୟ ଛାତ୍ରୀଛାତ୍ର ମଧ୍ୟ ଚତୁର୍ଥରୁ ଦଶମ ସ୍ଥାନ ମଧ୍ୟରେ ଅଛନ୍ତି। ଛାତ୍ରୀଛାତ୍ରଙ୍କ ଏଭଳି ସଫଳତାରେ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁସନ୍ସର ଚେୟାରମ୍ୟାନ ଡି. ନାଗେଶ୍ୱର ରାଓ, ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଡ. କ୍ଷୀରୋଦ କୁମାର ପ୍ରଧାନ, ଉପାଧ୍ୟକ୍ଷ ଦୀପକ କୁମାର ନାୟକ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଛାତ୍ରୀଛାତ୍ରଙ୍କ ଏଭଳି କୃତିତ୍ୱ ନେଇ ସେ ଖୁସି ପ୍ରକଟ କରିବା ସହିତ ବିଜିନେସ୍‌ ମ୍ୟାନେଜମେଣ୍ଟ କଲେଜର ଉଚ୍ଚମାନର ଶିକ୍ଷା ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଏହି ଅନନ୍ୟ ସଫଳତାରେ ଅନୁଷ୍ଠାନର ଅଧ୍ୟକ୍ଷ ଡ. ପ୍ରଧାନ ସମସ୍ତ କୃତୀ ଛାତ୍ରୀଛାତ୍ର, ଅଧ୍ୟାପିକା, ଅଧ୍ୟାପକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri